Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବହ୍ମପୁର : ବୋଲେରୋ ଧକ୍କାରେ ଜଣେ ମୃତ
  • ||
  • ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଳଚେରରେ ଅର୍ଥନୈତିକ ଆନ୍ଦୋଳନ, ସମସ୍ତ ଖଣିରୁ କୋଇଲା ଉତ୍ପାଦନ ସହ ପରିବହନ ବନ୍ଦ
  • ||
  • ନୂଆଦିଲ୍ଲୀ : ୩ ବର୍ଷରେ ପୂରା ହେବ ରାମ ମନ୍ଦିର ନିର୍ମାଣ
  • ||
  • ପୁଣି ନବୀନ ପଟ୍ଟନାୟକ ଏକ ନମ୍ବର, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||

ଗଛରେ ଝୁଲିପଡିଲେ ପ୍ରେମୀଯୁଗଳ, ମନ୍ଦିରରେ ବିବାହ ପରେ ଆତ୍ମହତ୍ୟା !

31/12/2020 at 8:24 AM

ମାଲକାନଗିରି ୩୧।୧୨: ଗଛରୁ ଯୁବକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହ ଠାବ । ମାଲକାନଗିରି ସଦର ମହକୁମା ସ୍ଥିତ ଏମ୍‌ଭି-୪୨ ଗାଁରେ ଘଟିଛି ଘଟଣା । ମୃତ ଯୁବକ ଏମ୍‌ଭି-୯ ଅଞ୍ଚଳର ହୋଇଥିବା ବେଳେ ଯୁବତୀ ଜଣଙ୍କ ଏମ୍‌ଭି-୪୨ ଅଞ୍ଚଳର ବୋଲି ଜଣାପଡିଛି ।

 ମାଲକାନଗିରି ସଦର ମହକୁମାସ୍ଥିତ ଏମ୍‌ଭି-୪୨ ଗାଁରେ ଅଭାବନୀୟ ଘଟଣା ଘଟିଛି । ସ୍ଥାନୀୟ ଲୋକେ ଗାଁ ନିକଟରେ ଥିବା ଏକ ଗଛରେ ଉଭୟ ଯୁବକ ଓ ଯୁବତୀଙ୍କ ମୃତଦେହ ଝୁଲୁଥିବାର ଦେଖିବାକୁ ପାଇଥିଲେ । ଏହାପରେ ସାରା ଗାଁରେ ଖବର ପ୍ରଚାରିତ ହୋଇଯାଇଥିଲେ । ଏନେଇ ଗାଁଲୋକେ ପୋଲିସକୁ ଖବର ଦେଇଛନ୍ତି ।

ତେବେ ମିଳିଥିବା ଖବର ଅନୁଯାୟୀ, ଉଭୟ ଯୁବକ ଓ ଯୁବତୀଙ୍କ ମଧ୍ୟରେ ପ୍ରେମ ସଂପର୍କ ଚାଲୁରହିଥିଲା । ଏପରିକି ଦୁହେଁ ମନ୍ଦିରରେ ବାହା ହୋଇ ଆତ୍ମହତ୍ୟା କରିଥିବା ମଧ୍ୟ ସନ୍ଦେହ କରାଯାଉଛି । ଉଭୟ ପ୍ରେମ ବ୍ୟାପାରକୁ ନେଇ ଆତ୍ମହତ୍ୟା କରିଥିବା ଆଶଙ୍କା କରାଯାଉଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଆତ୍ମହତ୍ୟା ନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କଲେ ଅଧିକ ତଥ୍ୟା ସାମ୍ନାକୁ ଆସିବ ବୋଲି ସ୍ଥାନୀୟଲୋକ ଆଶା ରଖିଛନ୍ତି । ପ୍ରକୃତରେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ପୋଲିସ ତଦନ୍ତ ପରେ ସ୍ପଷ୍ଟ ହେବ ।

   Related Posts