Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଗଛରେ ରଶି ଲଗାଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ, ୧୫ ଦିନରୁ ଥିଲେ ନିଖୋଜ

25/09/2021 at 11:37 AM

ଉମରକୋଟ ୨୫।୦୯: ଗଛରେ ଝୁଲୁଛି ପ୍ରେମୀ ଯୁଗଳଙ୍କ ମୃତଦେହ । ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ଥାନା ଶରଧାପୁର ଗାଁ ନିକଟରେ ଝୁଲୁଛି ମୃତଦେହ । ଗାଁ ନିକଟରେ ଥିବା ଏକ ବବୁଲ ଗଛରେ ଝୁଲୁଛି ମୃତଦେହ । ରଶି ଲଗାଇ ଆତ୍ମହତ୍ୟା କରିଥିବା କରିଥିବା ଦେଖିବାକୁ ମିଳିଛି ।  

ଖବର ଅନୁଯାୟୀ, ଶରଧାପୁର ଗ୍ରାମର ଯୁବତୀ ଦୂରପତି ମାଝି ଆଜକୁ ବର୍ଷ ତଳେ ନୂଆପଡା ଜିଲ୍ଲା ସିନାପାଲିରେ ବିବାହ କରିଥିଲେ । ତେବେ ଗତ ପନ୍ଦର ଦିନ ତଳେ ଶରଧାପୁର ଗାଁର କାମଦେବ ମାଝି  ଅନ୍ୟ ଜଣେ ଯୁବକ ଦୂରପତି ମାଝିକୁ ନେଇ କେଉଁଆଡେ ଚାଲିଯାଇଥିଲା । ଉଭୟଙ୍କ ପରିବାର ବହୁ ଖୋଜି କରିଥିଲେ କିନ୍ତୁ କୌଣସି ସନ୍ଧାନ ପାଇନଥିଲେ । ଗତକାଲି ବିଳମ୍ବିତ ରାତିରେ ଉଭୟ ଶରଧାପୁର ଗ୍ରାମକୁ ଚାଲି ଚାଲି ଆସୁଥିବାର କିଛି ଲୋକ ଦେଖିଥିଲେ ।  କିନ୍ତୁ ଶେଷରେ ଉଭୟ ଗୋଟିଏ ରଶିରେ ଆତ୍ମହତ୍ୟା କରିଥିବା ଜଣାପଡିଛି । ଆଜି ସକାଳେ ଗ୍ରାମବାସୀ ଗାଁ ନିକଟରେ ଥିବା ଏକ ଗଛରେ ଉଭୟଙ୍କ ମୃତଦେହ ଝୁଲୁଥିବାର ଦେଖିବାକୁ ପାଇଥିଲା । ସକାଳ ସମୟରେ ଏହି ଖବର ପ୍ରଚାର ହେବା ପରେ ସେହିସ୍ଥାନକୁ ଦେଖଣାହାରୀ ଙ୍କ ସୂଅ ଛୁଟିଛି ।

   Related Posts