Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷ ହେଲା ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା, ୧୧ ରୁ ଆରମ୍ଭ ହେବ ମୂଲ୍ୟାୟନ
  • ||
  • ଉପର ମୁଣ୍ଡରେ ନାହିଁ ବଡ ବର୍ଷା, ରେଙ୍ଗାଳିରୁ ଗୋଟିଏ ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
  • ||
  • ସାଲେପୁର : AC ମେକାନିକ୍‌ଙ୍କ କାରନାମା, ମହିଳାଙ୍କ ଗାଧୁଆ ଘରେ ରେକର୍ଡିଂ ମୋଡ୍‌ରେ ମୋବାଇଲ୍ ରଖି ହେଲେ ଗିରଫ
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ବାରିପଦା : ଆଜିଠୁ ଖୋଲିଲା ଦ୍ବିତୀୟ ଶ୍ରୀକ୍ଷେତ୍ର, ମୟୂରଭଞ୍ଜର ସମସ୍ତ ମଠ ମନ୍ଦିରରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ
  • ||
  • ମହାକାଳପଡା : ଆଜିଠୁ ଖୋଲିଲା ଐତିହାସିକସ୍ଥଳୀ ହୁକିଟୋଲା, ଜଳଯାତ୍ରାର ମଜା ଉଠାଉଛନ୍ତି ପର୍ଯ୍ୟଟକ
  • ||
  • ବୌଦ୍ଧ : ଚୋରା ଚାଲାଣ ବେଳେ ୧୬ପେଟି କଫ୍ ସିରପ୍ ଜବତ, ସ୍କର୍ପିଓ ସହ ଜଣେ ଗିରଫ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||

ପୁରୁଣା କଳିରୁ ପେଟରେ ଛୁରି ଭୁଷି ଦେଲା ପଡୋଶୀ

4/08/2020 at 3:29 PM

ବାଲିପାଟଣା ୦୪।୦୮: ପୂର୍ବ ଶତୃତାକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କ ପେଟରେ ଛୁରୀ ଭୁଷି ଦେଲା ପଡୋଶୀ । ଘଟଣା ଘଟିଛି ବାଲିପାଟଣା ଥାନା ନରିଶୋ ଗ୍ରାମ ପଞ୍ଚାୟତ କଣ୍ଟାପଡ଼ା ଗାଁରେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ସୋମବାର ରାତି ପ୍ରାୟ ୮ଟା ରେ କଣ୍ଟାପଡା ଗ୍ରାମର ନୃସିଂହ ସେନାପତି ଏବଂ ସୁକାନ୍ତ ଦାସଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ନୃସିଂହ ଉତ୍‌କ୍ଷିପ୍ତ ହୋଇ ସୁକାନ୍ତଙ୍କ ପେଟରେ ୫ ରୁ ୬ ଥର ଛୁରୀ ଭୁଷି ଦେଇଥିଲେ । ଯାହାଫଳରେ ପ୍ରବଳ ରକ୍ତସ୍ରାବ ସହ ଗୁରୁତର ହୋଇପଡିଥିଲେ ସୁକାନ୍ତ । ସେଠାରୁ ଉଦ୍ଧାର କରି  ଗ୍ରାମବାସୀ ନିଆଳି ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଘଟଣା ସ୍ଥଳରେ  ବାଲିପାଟଣା ପୋଲିସ୍‌  ପହଞ୍ଚି ତଦନ୍ତ ଜାରି ରଖିଛି । ତେବେ ପଡୋଶୀ ଅଭିଯୁକ୍ତ ନୃସିଂହ ଫେରାର ହୋଇଯାଇଛି ।

   Related Posts