Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||
  • ବ୍ରହ୍ମପୁର ; ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଗଣେଶ ନଗରରେ ପୁଲିସ୍ ର ଚଢାଉ
  • ||
  • ନକଲି ଟମାଟ, ଚିଲି, ସୋୟା ସୋସ୍ ୟୁନିଟ୍ ଉପରେ ଚଢାଉ
  • ||
  • କେତେ ପରିମାଣର ନକଲି ସାମଗ୍ରୀ ଜବତ, ତାହା ତଦନ୍ତ ପରେ ଜଣାପଡିବ ବୋଲି ପୁଲିସର ସୂଚନା
  • ||
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||

ବଜାର ଉପରେ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ୪ ଗୁରୁତର

12/07/2020 at 8:30 AM

ନିମାପଡା ୧୨।୦୭: ପୁରୀ ଜିଲ୍ଲା କଣାସ ବଜାରରେ ଅଭାବାନୀୟ ଘଟଣା ଘଟିଛି  । ବଜାର ଉପରେ ୪ଜଣଙ୍କୁ ଗୋଡେଇ ଗୋଡେଇ ହାଣିଲେ ଦୁର୍ବୃତ୍ତ । ଆହତ ଅବସ୍ଥାରେ ସମସ୍ତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ବିଳମ୍ବିତ ରାତିରେ କଣାସ ବଜାରରେ ୪ ଜଣଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ଦୁର୍ବୃତ୍ତ । ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ କରିଥିବା ସୂଚନା ରହିଛି । ସମସ୍ତ ୪ ପ୍ରଥମେ କଣାସ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ସେମାନଙ୍କ ଅବସ୍ଥା  ଗୁରୁତର ହେବାରୁ ଭୁବନେଶ୍ୱ ସ୍ଥିତ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି ।

ଆହତ ଥିବା ବ୍ୟକ୍ତିଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ରହିଛି । ତେବେ ଖବର ପାଇ କଣାସ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଜାରି ରଖିଛି । କିଭଳି ଓ କେଉଁ ପରିସ୍ଥିତିରେ ଆକ୍ରମଣ କରାଗଲା ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି । ପୋଲିସ ତଦନ୍ତରୁ ଏହା ସ୍ପଷ୍ଟ ହେବ ଯେ, କିଏ ଓ କାହିଁକି ଆକ୍ରମଣ କରିଛନ୍ତି । ପୋଲିସ ବିଭିନ୍ନ ଦିଗରୁ ତଦନ୍ତ ଜାରି ରଖିଛି ।

   Related Posts