Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ଦିବଙ୍ଗତ ଅଭିନେତା ବିଜୟ ମହାନ୍ତିଙ୍କ ମାଆ
  • ||
  • ଭୁବନେଶ୍ୱରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା, ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କୁ ଦିଆଯିବ
  • ||
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ପାରିଶ୍ରମିକ ଟଙ୍କା ମାଗିବାରୁ ମୁଣ୍ଡକୁ ହାଣିଦେଲା କଣ୍ଟ୍ରାକ୍ଟର: ସ୍ଥାନୀୟ ଅଞ୍ଚଳରେ ଖେଳିଗଲା ଭୟର ବାତାବରଣ

1/11/2020 at 9:28 PM

ଆନନ୍ଦପୁର୧/୧୧: ଆନନ୍ଦପୁର ଥାନା ପଇତାପାଣି ଗାଁରେ ଜଣେ ଦିନ ମଜୁରୀଆ ନିଜ ମଜୁରୀ ଟଙ୍କା ମାଗିବାରୁ ସେହି ଗାଁର ଲେବର କଣ୍ଟ୍ରାକ୍ଟର ନିଜ ସହଯୋଗୀଙ୍କ ସହ ମିଶି ଯୋଜନା ବଦ୍ଧ ଭାବେ ଧାରୁଆ ଅସ୍ତ୍ରରେ ତାଙ୍କ ମୁଣ୍ଡକୁ ହାଣିଛନ୍ତି।

ଗୁରୁବାର ଦିନ ମଜୁରୀଆ ବିଭିଷଣ ହୋଙ୍କୁ ପରିବାର ଲୋକେ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଅବସ୍ଥା ସଙ୍କଟାପନ୍ନ ରହିଛି। ତିନିମାସ ତଳେ ପଇତାପାଣି ଗାଁର ଲେବର କଣ୍ଟ୍ରାକ୍ଟର ପ୍ରତାପ ନାୟକ ବିଭିଷଣଙ୍କୁ କାମରେ ନିୟୋଜିତ କରିଥିଲା।

କାମ ସରିବା ପରେ ମଜୁରୀ ନ ଦେଇ ଠକି ଚାଲିଥିଲା। ଆଜି ବିଭିଷଣ ପ୍ରତାପଙ୍କୁ ମଜୁରୀ ଟଙ୍କା ଜୋର କରି ମାଗିବାରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏହାପରେ ସଙ୍ଘବଦ୍ଧ ଭାବେ ତାଙ୍କୁ ଆକ୍ରମଣ କରାଯାଇଥିଲା।

   Related Posts