Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁକ୍ତ ୨ କଲେଜ୍ ଖୋଲିବାକୁ ପ୍ରସ୍ତୁତି ! ବିଶୋଧନ ଓ ସଫା କରି କ୍ଲାସ୍ ରୁମ୍ ପ୍ରସ୍ତୁତ କରିବାକୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ
  • ||
  • କମିବାରେ ଲାଗିଛି କରୋନା ସଂକ୍ରମଣ, ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ୬୪୨ ଆକ୍ରାନ୍ତ
  • ||
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||
  • ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା ଦେଲା କୃଷକ ସଂଗଠନ
  • ||
  • ପ୍ରଥମ ଟି-୨୦ରେ କଙ୍ଗାରୁ ଚିତ୍, ଚମକିଲେ ଭାରତୀୟ ବୋଲର, ଅଷ୍ଟ୍ରେଲିଆକୁ ୧୧ ରନରେ ହରାଇଲା ବିରାଟ ବାହିନୀ
  • ||
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||

ସାମାନ୍ୟ ବଚସାକୁ କେନ୍ଦ୍ର କରି ଲକ୍ଷାଧିକ ଟଙ୍କା ଲୁଟ୍, ମ୍ୟାନେଜର ଗୁରୁତର

19/11/2020 at 9:47 PM

ବରଗଡ଼୧୯/୧୧: ବରଗଡ଼ ସଦର ଥାନା ଅନ୍ତର୍ଗତ ଧାଙ୍ଗେର ଗାଁ ସ୍ଥିତ ଦିଲୀପ କୁମାର ପଣ୍ଡାଙ୍କ ଐରାବତ ଷ୍ଟିଲରେ କାର୍ଯ୍ୟରତ ମ୍ୟାନେଜରଙ୍କ ସମେତ ୨ ଜଣ କର୍ମଚାରୀଙ୍କୁ ସଙ୍ଘବଦ୍ଧ ଆକ୍ରମଣ। ଆକ୍ରମଣରେ ଆହତ ମ୍ୟାନେଜର ଗୁରୁତର ଆହାତ ହୋଇ ବୁର୍ଲା ବଡ଼ ମେଡିକାଲରେ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

୩ ଲକ୍ଷ ୫୬ ହଜାର ଟଙ୍କା ଲୁଟି ନେବା ସହ ୪ଟି ବାଇକ ଏବଂ ଗୋଟିଏ କାର ସହ ମାଲ ବୋଝେଇ ଟାଟାଏସିକୁ ନଷ୍ଟ କରି ଦେଇଛନ୍ତି । ଯାହାକୁ ନେଇ ସଦର ଥାନାରେ ମାମଲା ରୁଜୁ କରାଯାଇଛି । ତେବେ ଆକ୍ରମଣରେ ୮ରୁ ଅଧିକ ଲୋକ ସାମିଲ ଥିବା ଜଣାପଡିଛି।

   Related Posts