Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ଆଉ ୧ ଲକ୍ଷ ୪୯ ହଜାର ୭୬୦ ଡୋଜ୍ କୋଭାକ୍ସିନ୍ ଟିକା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୧୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ପାରାଦୀପ : ନକଲି ସାର୍ଟିଫିକେଟ୍ ରାକେଟ୍‌ର ପର୍ଦ୍ଦାଫାଶ : ମେଡିକାଲ୍ ସାର୍ଟିଫିକେଟ୍ ତିଆରି ଅଭିଯୋଗରେ ଯୁବକ ଗିରଫ
  • ||

ନକଲି ପୋଲିସ ଭାବି ଅସଲି ପୋଲିିସ ଉପରେ ଆକ୍ରମଣ: ଗିରଫ ଭୟରେ ଗାଁ ପୁରୁଷ ଶୂନ୍ୟ

7/01/2021 at 9:58 PM

କନ୍ଧମାଳ୭/୧: ଗଞ୍ଜେଇ କାରବାର ବେଳେ ପୋଲିସର ଅତର୍କିତ ଚଢ଼ାଉ କରିଥିଲା। ଏହି ସମୟରେ ଗଞ୍ଜେଇ କାରବାରରେ ସଂପୃକ୍ତ ଥିବା ବ୍ୟକ୍ତି ପୋଲିସ ଉପରକୁ ଓଲଟା ଆକ୍ରମଣ କରିଥିଲେ। ନକଲି ପୋଲିସ ଭାବି ଅସଲି ପୋଲିସ ଉପରେ ଆକ୍ରମଣ କରିଥିବା ଜଣାପଡିଛି।

ଫୁଲବାଣୀ ସଦର ଥାନା ଅନ୍ତର୍ଗତ କାକେନ୍ଦ୍ରୀ ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ସାଦା ପୋଷାକରେ ଆସିଥିବା କ୍ରାଇମବ୍ରାଞ୍ଚର ସ୍ବତନ୍ତ୍ର ଟିମ୍‌ ଉପରେ ଆକ୍ରମଣ ହୋଇଛି। ଉତ୍ତ୍ୟକ୍ତ ଗ୍ରାମବାସୀଙ୍କ ଆକ୍ରମଣରେ ୭  ଏସ୍‌ଆଇଟି ଅଫିସର ଆହତ ହୋଇଥିବା ଜଣାପଡିଛି।ଖବର ପାଇ ସଦର ଥାନା ପୋଲିସ ପହଞ୍ଚି ଅଟକ ସ୍ବତନ୍ତ୍ର ଟିମ୍‌କୁ ଉଦ୍ଧାର କରିଥିଲା। ଆହତ ସମସ୍ତ ଅଧିକାରୀଙ୍କ ପ୍ରାଥମିକ ଚିକିତ୍ସା ପରେ ଭୁବନେଶ୍ଵର ସ୍ଥାନାନ୍ତର ସୂଚନା। ଏହି ଘଟଣାକୁ ନେଇ ଗାଁରେ ଉତ୍ତେଜନା ଦେଖା ଦେଇଛି। ଗିରଫ ଭୟରେ ଗାଁ ପୁରୁଷ ଶୂନ୍ୟ ହୋଇଯାଇଛି।

   Related Posts