Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ଜମିଜମା ବିବାଦ: ଦେଢଶୂର ମାଡରେ ଭାଇ ବୋହୂ ଗୁରୁତର

19/11/2020 at 9:31 PM

ବାଲିପାଟଣା୧୯/୧୧: ଦେଢ଼ଶୁର ମାଡରେ ଭାଇ ବୋହୂ ଗୁରୁତର। ଗୁରୁତର ଭାଇ ବୋହୂଙ୍କୁ ପ୍ରଥମେ ବାଳକାଟି ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ଏବଂ ପରେ କ୍ୟାପିଟାଲ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବାଲିପାଟଣା ଥାନା ମହୁଖଣ୍ଡା ଗ୍ରାମର ବସନ୍ତ ସାହୁ ଏବଂ ସୁକାନ୍ତ ସାହୁଙ୍କ ମଧ୍ୟରେ ଜମିବାଡ଼ି ବିବାଦ ଲାଗି ରହିଥିଲା।

ଗୁରୁବାର ଦିନ ପୁନର୍ବାର ଜମିଜମାକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଗଣ୍ଡଗୋଳରେ ବସନ୍ତ ସାହୁଙ୍କ ପୁତ୍ର ବାବୁ ସାହୁ ଏକ କଟୁରୀରେ ନିଜ ଭାଇ ବୋହୂଙ୍କୁ ମାରଣାତ୍ମକ ଆକ୍ରମଣ କରିଥିଲା। ଆକ୍ରମଣରେ ଭାଇବୋହୂଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି।

ଗୁରୁତର ଅବସ୍ଥାରେ ବାଳକାଟି ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ୍‌ ସ୍ଥାନାନ୍ତର କରାଯାଇଛି। ଘଟଣାକୁ ନେଇ ମିତାଲିଙ୍କ ଶ୍ୱଶୁର ସୁକାନ୍ତ ସାହୁ ବାଲିପାଟଣା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ପୋଲିସ ଘଟଣାର ତଦନ୍ତ କରୁଛି ।

   Related Posts