Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ଭୁଜାଲିରେ ସରପଞ୍ଚଙ୍କୁ ଆକ୍ରମଣ: ଗୁରୁତର ଅବସ୍ଥାରେ ଘରୋଇ ନର୍ସିଂହୋମ୍‌ରେ ଭର୍ତ୍ତି

16/10/2020 at 9:18 AM

ନିମପଡା୧୬/୧୦:  ସରପଞ୍ଚଙ୍କୁ ମରଣାନ୍ତକ ଆକ୍ରମଣ।  ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ ଦାଶବିଦ୍ୟାଧରପୁର ପଞ୍ଚାୟତର ସରପଞ୍ଚ ହରିହର ନନ୍ଦଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି।ଗତକାଲି ବିଳମ୍ବିତ ରାତିରେ ପଂଚାୟତ ଅଫିସରେ କାମ ସାରି ଘରକୁ ଫେରୁଥିବା ସମୟରେ ଦୁଇ ତିନି ଜଣ ଯୁବକ ତାଙ୍କ ପାଖରେ ପହଁଞ୍ଚି ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରି ଭୁଜାଲିରେ ଆକ୍ରମଣ କରିଥିଲେ।

ସରପଞ୍ଚଙ୍କ ଚିତ୍କାର ଶୁଣି କିଛି ଗ୍ରାମବାସୀ ପହଁଞ୍ଚି ଯିବାରୁ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ସରପଞ୍ଚ ହରିହର ନନ୍ଦଙ୍କୁ ପ୍ରାଥମିକ ପର୍ଯ୍ୟାୟରେ ସତ୍ୟବାଦୀ ଡାକ୍ତରଖାନାରେ ଭର୍ତ୍ତି କରାଯିବା ପରେ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ବରର ଏକ ଘରୋଇ ନର୍ସିଂହୋମରେ ଚିକିତ୍ସା କରାଯାଉଛି।ରାଜନୈତିକ ଶତ୍ରୁତାରୁ ଏହି ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି।

   Related Posts