ରାଜ୍ୟରେ ଖୋଲିବ ସିନେମା ହଲ୍‌, ପାର୍କ, ପର୍ଯ୍ୟଟନ ସ୍ଥଳୀ, ଜାଣନ୍ତୁ କଣ ରହିବ ବନ୍ଦ

Published By : Prameya-News7 Bureau | July 31, 2021 IST

ଭୁବନେଶ୍ବର ୩୧/୦୭ : ରାଜ୍ୟରେ କରୋନା ସ୍ଥିତିକୁ ନଜରରେ ରଖି ଅଗଷ୍ଟ ମାସ ପାଇଁ ରାଜ୍ୟରେ ନୂଆ କୋଭିଡ୍ ଗାଇଡଲାଇନ୍‌ ଜାରି କରିଛନ୍ତି ସରକାର । ଏସ୍‌ଆରସି ପ୍ରଦୀପ ଜେନା ଅଗଷ୍ଟ ଗାଇଡଲାଇନ୍‌ ନେଇ ସୂଚନା ଜାରି କରିଛନ୍ତି । କଟକ, ଭୁବନେଶ୍ବରରେ ଏବଂ ପୁରୀରେ ସପ୍ତାହନ୍ତ ସଟ୍‌ଡାଉନ୍‌ ଜାରି ରହିବ । ରାଜ୍ୟର ୨୭ ଜିଲ୍ଲାରେ ସଂକ୍ରମଣ ନଗଣ୍ୟ ରହିଛି । ସେପ୍ଟେମ୍ବର ୧ ତାରିଖ ଯାଏଁ ୩ ଜିଲ୍ଲାରେ ରାତି ୮ ଟାରୁ ସକାଳ ୬ଟା ଯାଏଁ ନାଇଟ୍‌ କର୍ଫ୍ୟୁ ଜାରି ରହିବ ।

ପରିସ୍ଥିତିକୁ ନଜରରେ ରଖି ୫୦ ପ୍ରତିଶତ ଦର୍ଶକରେ ସିନେମା ହଲ୍‌ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ସରକାର । ଏଥିସହିତ ଥିଏଟର୍‌ ମଧ୍ୟ ଖୋଲିବାକୁ ନିଷ୍ପତ୍ତି  ହୋଇଛି । ରାତି ୮ ପର୍ଯ୍ୟନ୍ତ ଦୋକାନ ବଜାର ଖୋଲାରହିବ । ସମସ୍ତ ଧାର୍ମିକ, ରାଜନୈତିକ ଏବଂ ସାମାଜିକ ସମାବେଶକୁ ମନା କରାଯାଇଛି । ପ୍ରଦର୍ଶନୀ, ବାଣିଜ୍ୟିକ ମେଳା ମହୋତ୍ସବକୁ ମଧ୍ୟ ବାରଣ କରାଯାଇଛି । ସମୁଦ୍ର କୂଳ ଏବଂ ପାର୍କ ଖୋଲା ରହିବ । ସମସ୍ତ ପର୍ଯ୍ୟଟକ ଗାଇଡ୍‌ଲାଇନ୍‌ ମାନି ପ୍ରର୍ଯ୍ୟଟନ ସ୍ଥଳୀ ଭିତରକୁ ପ୍ରବେଶ କରିବେ । ସମସ୍ତ ଆହାର କେନ୍ଦ୍ର ଖୋଲାରହିବ । ସିନେମା ହଲ୍, ରେଷ୍ଟୁରାଣ୍ଟ ଖୋଲିବ । ରାସ୍ତାକଡ଼ ଜଳଖିଆ ଦୋକାନରେ ବସି ଖାଇପାରିବେ । ଧାର୍ମିକ ସ୍ଥଳ ଖୋଲରହିବ କିନ୍ତୁ ଭୋଗ ନେଇ ଯାଇପାରିବେ ନାହିଁ ଶ୍ରଦ୍ଧାଳୁ ।

ବିବାହରେ ୨୫, ଶୁଦ୍ଧିକ୍ରିୟାରେ ୨୦ ଜଣଙ୍କୁ ଅନୁମତି । ଭୋଜିଭାତ ଉପରେ ପୂର୍ବବତ କଟକଣା ରହିବ । ମୀନା ବଜାର ଖୋଲାଯାଇପାରିବ । ସରକାରୀ-ବେସରକାରୀ ସ୍ବିମିଂ ପୁଲ ମଧ୍ୟ ଖୋଲା ରଖିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.