Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ସାନ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ବଡ ଭାଇର ଜୀବନ

7/01/2021 at 3:43 PM

ବୌଦ୍ଧ୭/୧: ରକ୍ତର ସଂପର୍କକୁ ଭୁଲି ଗଲା ସାନ ଭାଇ। ପାରିବାରିକ କହଳକୁ କେନ୍ଦ୍ର କରି ହତ୍ୟାକାଣ୍ଡ। ସାନ ଭାଇର ଟାଙ୍ଗିଆ ଚୋଟରେ ବଡ ଭାଇର ମୃତ୍ୟୁ। ବୌଦ୍ଧ ଜ଼ୀଲ୍ଲା ବଘିଆପଡା ଫାଣ୍ଡି ଅନ୍ତର୍ଗତ ଖମରିପଡା ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତ ବଡ଼ ଭାଇ ହେଲେ ନିରଞ୍ଜନ ନାଏକ।

ମିଳିଥିବା ସୂଚନା ମୁତାବକ, ପୈତୃକ ଜମିର ଭାଗବଣ୍ଟାକୁ ନେଇ ଉଭୟ ଭାଇଙ୍କ ମଧ୍ୟରେ ଦୀର୍ଘ ବର୍ଷ ହେଲା ତିକ୍ତତା ବୃଦ୍ଧି ପାଇଥିଲା। ଆଜି ଏହି ତିକ୍ତତା ହତ୍ୟାକାଣ୍ଡର ରୂପ ନେଇଛି। ତେବେ ଏହି ହତ୍ୟାକାଣ୍ଡ ସଂପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ହତ୍ୟାକାରୀ ସାନଭାଇ  ବିଦ୍ୟାଧର ନାଏକ ବର୍ତ୍ତମାନ ଫେରାର ଥିବା ପୋଲିସ ସୂଚନା ଦେଇଛି।

   Related Posts