ଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା : ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି, ବିଭିନ୍ନ ରାଜ୍ୟରେ କଟକଣା ଜାରି

Published By : Prameya-News7 Bureau | March 23, 2020 IST

ନୂଆଦିଲ୍ଲୀ ୨୩।୦୩: ଦେଶରେ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୩୯୮। ଗତକାଲି ମହାରାଷ୍ଟ୍ର ଓ ବିହାରରେ ଜଣେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି ପାଇଛି । କେନ୍ଦ୍ର ସରକାର କରୋନା ପାଇଁ ଅନେକ ସଚେତନତା ପାଇଁ ନିଆଯାଉଥିବା ପଦକ୍ଷେପ ସତ୍ୱେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି ।  ତେଣୁ କରୋନା ବ୍ୟାପିବା ଉପରେ ରୋକ ଲଗାଇବା ପାଇଁ ଭାରତର ଅନେକ ସହରରେ କଟକଣା ଜାରି କରାଯାଇଛି ।

ଦେଶରେ ମହାରାଷ୍ଟ୍ରରେ ସର୍ବାଧିକ ୭୪ ଜଣ ବ୍ୟକ୍ତି କରୋନା ସଂକ୍ରମିତ ହୋଇଥିବା ଦ୍ୱିତୀୟରେ ରହିଛି କେରଳ । ଏମାନଙ୍କ ମଧ୍ୟରେ ୪୦ଜଣରୁ ଅଧକ  ବିଦେଶୀ ନାଗରିକ ରହିଛନ୍ତି । ଏଯାଏଁ ଭାରତରେ କରୋନା ଭାଇରସରେ ଆକ୍ରାନ୍ତ ଥବା ୭ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ବିହାର ପାଟନା ରେ ଏମ୍ସ ରେ ଚିକିତ୍ସାଧୀନ ଥିବା କରୋନା ଆକ୍ରାନ୍ତ ଯୁବକଙ୍କ ମୃତ୍ୟୁ । ଏହା ବିହାରର ପ୍ରଥମ  କରୋନା ଆକ୍ରାନ୍ତ ମୃତ୍ୟୁ ବୋଲି ସୂଚନା ମିଳିଛି । ଏହି ମୃତ୍ୟୁ ସହ ଭାରତରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୭ରେ ପହଞ୍ଚିଛି  ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.