ଆଡପ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି, ଆଜି ଦକ୍ଷିଣ ମୋଡ ନେବେ ତିନି ରଥ

Published By : Prameya-News7 Bureau | July 09, 2019 IST

ପୁରୀ ୯|୭: ଆଜି ଦକ୍ଷିଣ ମୋଡ଼ ନେବେ ତିନି ରଥ । ତିନିରଥକୁ ଦକ୍ଷିଣମୋଡ଼ କରାଯାଇ ନାକଚଣା ଦ୍ୱାର ନିକଟରେ ରଖାଯିବ । ଏହା ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତିର ସଙ୍କେତ । ରଥ ଦକ୍ଷିଣ ମୋଡ଼ ପାଇଁ  ବଡ଼ଦାଣ୍ଡରେ ବାଲି ବିଛାଯାଇଛି । ଶ୍ରୀମନ୍ଦିର ପ୍ରଶାସନ ଏଥି ପାଇଁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରିଛି । ମଧ୍ୟାହ୍ନ ସାଢ଼େ ୧୨ଟାରେ ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ପରେ ତିନି ରଥ ଦକ୍ଷିଣ ମୋଡ଼ ନେଇ ଶରଧାବାଲିରେ ବାହୁଡ଼ା ପାଇଁ ପ୍ରସ୍ତୁତ ହୋଇ ରହିବେ ।

{"id":131943}

ପରମ୍ପରା ଅନୁସାରେ ପ୍ରଥମେ ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥକୁ ଦକ୍ଷିଣ ମୋଡ଼ ପାଇଁ ଶରଧାବାଲିକୁ ନିଆଯିବ। ଏହା ପରେ ବଡ଼ଠାକୁରଙ୍କ ତାଳଧ୍ୱଜ ରଥ ଓ ଶେଷରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥକୁ ଟାଣି ଦକ୍ଷିଣମୁଖୀ କରି ରଖାଯିବ । ଦକ୍ଷିଣମୋଡ଼ ପାଇଁ ନିର୍ଘଣ୍ଟ ନୀତି ଅନୁଯାୟୀ, ଭୋର ୪ଟାରେ ଦ୍ବାରଫିଟା, ସାଢ଼େ ୪ଟାରେ ଭିତରଶୋଧ, ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ମଇଲମ-ତଡ଼ପଲାଗି, ୬ଟାରେ ଅବକାଶ ନୀତି ଅନୁଷ୍ଠିତ ହୋଇଛି । ସାଢ଼େ ୬ଟାରୁ ସାଢ଼େ ୭ଟା ସାହାଣମେଲା ଦର୍ଶନ ସରିଥିବା ବେଳେ ୮ଟାରୁ ସାଢ଼େ ୯ଟା ପର୍ଯ୍ୟନ୍ତ ରୋଷହୋମ, ସୂର୍ଯ୍ୟପୂଜା, ଦ୍ବାରପାଳ ପୂଜା ନୀତି ହୋଇ ବେଶ ଶେଷ ହୋଇଛି । ସାଢ଼େ ୧୨ଟାରେ ରଥ ଆଜ୍ଞାମାଳ ବିଜେ ହେବ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.