Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ

26/10/2020 at 12:10 PM

ନୂଆଦିଲ୍ଲୀ ୨୬।୧୦: ପୂର୍ବତନ କେନ୍ଦ୍ର ଖଣି ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ୍ । ଜଣେ ଜାମିନଦାର ଓ ୧ ଲକ୍ଷ ଟଙ୍କାର ମୁଚାଲିକା ବଦଳରେ ସ୍ପେଶାଲ ସିବିଆଇ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି । କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ଦିଲ୍ଲୀପ ରାୟଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଥିଲେ ସ୍ପେଶାଲ ସିବିଆଇ କୋର୍ଟ ।

ସୂଚନାଯୋଗ୍ୟ ଯେ, ୧୯୯୯ ମସିହାରେ ଝାଡଖଣ୍ଡର ଗିରିଡିହ ସ୍ଥିତ ବ୍ରହ୍ମାଡିଆ କୋଇଲା ଖଣି ଆବଣ୍ଟନରେ ହୋଇଥିବା ଅନିୟମିତତା ମାମଲାରେ ଦିଲ୍ଲୀପଙ୍କ ସମେତ ୪ ଜଣ ଦୋଷୀ ସାବ୍ୟସ୍ତ ହୋଇଥିଲେ । ଅକ୍ଟୋବର ୬ ତାରିଖରେ ସ୍ବତନ୍ତ୍ର ସିବିଆଇ କୋର୍ଟ ଏମାନଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ । ଅକ୍ଟୋବର ୧୪ ତାରିଖରେ ସ୍ବତନ୍ତ୍ର ସିବିଆଇ କୋର୍ଟରେ ସିବିଆଇ ଓ ଅଭିଯୁକ୍ତମାନଙ୍କର ଓକିଲମାନଙ୍କ ପକ୍ଷରୁ ଦଣ୍ଡବିଧାନକୁ ନେଇ ଯୁକ୍ତି ଉପସ୍ଥାପନ କରାଯାଇଥିଲା।

ସିବିଆଇ ଓକିଲ ଅଭିଯୁକ୍ତମାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ପାଇଁ ଯୁକ୍ତି ବାଢ଼ିଥିଲେ ଏବଂ ପ୍ରତିପକ୍ଷଙ୍କ ଆଇନଜୀବୀମାନେ ଅଭିଯୁକ୍ତଙ୍କ ବୟସ ତଥା ପୂର୍ବରୁ କୌଣସି ଅପରାଧିକ ରେକର୍ଡ ନଥିବା କାରଣରୁ ସେମାନଙ୍କ ବିରୋଧରେ କୋହଳ ଦଣ୍ଡ ଘୋଷଣା କରିବାକୁ ନିବେଦନ କରିଥିଲେ । ସିବିଆଇ ସ୍ବତନ୍ତ୍ର କୋର୍ଟର ବିଚାରପତି ଭରତ ପରାସର ଉଭୟ ପକ୍ଷକୁ ଶୁଣିବା ପରେ ରାୟକୁ ସଂରକ୍ଷିତ ରଖିବା ସହିତ ସମସ୍ତ ଦୋଷୀଙ୍କୁ କୋର୍ଟରେ ଉପସ୍ଥିତ ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ଏମାନଙ୍କ ବ୍ୟତୀତ ଝାଡ଼ଖଣ୍ଡର ମାମଲାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ମଧୁ ଖେଡାଙ୍କୁ ଦୋଷୀ ସାବ୍ୟସ୍ତ ସହ ୩ବର୍ଷ ଜେଲ ଏବଂ ୨୫ ଲକ୍ଷ ଟଙ୍କା ଜରିମନା କରାଯାଇଥିଲା । ସେହିପରି ପୂର୍ବତନ ଖଣି ସଚୀବ ଏଚ ସି ଗୁପ୍ତାଙ୍କୁ ମଧ୍ୟ ୩ ବର୍ଷ ଜେଲ ଓ ୧ ଲକ୍ଷ ଟଙ୍କା ଜରିମନା କରାଯାଇଥିଲା ।

   Related Posts