Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ଶନିବାର ଖୋଲିଲା ଶ୍ରୀମନ୍ଦିର, ଆଜି ମହାପ୍ରଭୁଙ୍କ ବଳିବାମନ ବେଶ

18/09/2021 at 10:36 AM

ପୁରୀ ୧୮।୦୯: ଶୁକ୍ରବାର ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଓ ବିଶ୍ବକର୍ମା ପୂଜା ଅବସରରେ ସର୍ବସାଧାରଣଙ୍କ ପାଇଁ  ବନ୍ଦ ଥିଲା । ତେବେ ଶନିବାର ଦିନ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ସ୍ଵାଭାବିକ ହୋଇଛି। ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ ଅନୁଷ୍ଠିତ ହେବ।

ଖବର ଅନୁଯାୟୀ,  ବାମନ ରୂପୀ ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ। ଶ୍ରୀବଳଭଦ୍ର ରାଜ ବେଶ ଧାରଣ କରିବାକୁ ଥିବା ବେଳେ ଦେବୀ ସୁଭଦ୍ରା ସାଧାରଣ ବେଶରେ ସଜ୍ଜିତ ହେବେ। ଏହା ସହ ଗରୁଡ଼ ପାର୍ଶ ପରିବର୍ତନର ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହେବ। ଆଜି ଶ୍ରୀମନ୍ଦିରରେ ଦ୍ବିପହର ଧୂପ ସରିବା ପରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ବାମନ ବେଶରେ ସଜ୍ଜିତ କରାଯିବ। ବଡ଼ସିଂହାର ପୂଜା ପର୍ଯ୍ୟନ୍ତ ଏହି ବେଶ ରହିବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ସ୍ଵର୍ଣ ଅଳଙ୍କାର ବିଭୁଷିତ କରାଯିବ। ମହାପ୍ରଭୁ ବିଷ୍ଣୁ ପଞ୍ଚମ ଅବତାରରେ ବାମନ ରୂପ ନେଇ ବଳି ମହାରାଜଙ୍କୁ ପାତାଳରେ ଚାପି ଦେଇଥିଲେ। ସେହି ସ୍ମୃତିକୁ ବହନ କରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାବନ ବେଶ ସହ ସହ ବର୍ଷ ଧରି ଅନୁଷ୍ଠିତ ହୋଇ ଆସୁଛି।

   Related Posts