Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

15/04/2021 at 8:44 AM

ପୁରୀ ୧୫।୦୪: ଆଜି ପବିତ୍ର ଚୈତ୍ର ଶୁକ୍ଲ ତୃତୀୟା ତିଥି । ଏହି ଅବସରରେ ଶ୍ରୀଜିଉଙ୍କ ବନକଲାଗି ବା ଶ୍ରୀମୁଖ ସିଂହାର ନୀତି ଅନୁଷ୍ଠିତ ହେବ  । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ। ଅପରାହ୍ନ ୪ଟାରୁ ସଂଧ୍ୟା ୮ଟା ପର୍ଯ୍ୟନ୍ତ ଭକ୍ତଙ୍କୁ ଦର୍ଶନ ବାରଣ କରାଯାଇଛି ।

ଏହି ବନକଲାଗି ନୀତି ପାଇଁ ଦ୍ୱିପହର ଧୂପ ପରେ ଦତମହାପାତ୍ର ସେବାୟତମାନେ ଗର୍ଭଗୃହରେ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ହୋଇଥିବା ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ସିଂହାର କରାଯିବ।

ଶ୍ରୀଜିଉଙ୍କ ବନକଲାଗିନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖସିଂହାର କରାଯାଇଥାଏ। ଦତ୍ତମହାପାତ୍ର ସେବାୟତଙ୍କ ଦ୍ୱାରା ମହାପ୍ରଭୁଙ୍କ ଏହି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ପରମ୍ପରା ଅନୁଯାୟୀ, ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ଦୀର୍ଘ ୪ ଘଣ୍ଟା ଧରି ଏହି ନୀତି ଅନୁଷ୍ଠିତ ହେବା ସହ ମହାପ୍ରଭୁଙ୍କ ଶ୍ରୀମୁଖସିଂହାର କରାଯାଇଥାଏ।

   Related Posts