ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

Published By : Prameya-News7 Bureau | January 19, 2022 IST

ପୁରୀ ୧୯।୧: ବୁଧବାର ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

ଏହା ଏକ ଗୁପ୍ତ ସେବା ଓ ଏକ ସ୍ବତନ୍ତ୍ର ନୀତି ହୋଇଥିବାରୁ ପ୍ରାୟ ୪ ଘଣ୍ଟା ଧରି ଏହି ନୀତି ଚାଲିବାକୁ ଥିବାରୁ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ । ତେବେ କୋଭିଡ୍ କଟକଣା ଯୋଗୁଁ ଏବେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିଥିବାରୁ କେବଳ ସେବାୟତ ଓ ତାଙ୍କ ପରିବାର ଲୋକେ ମହାପ୍ରଭୁଙ୍କୁ ଦର୍ଶନ କରିବାର ସୁଯୋଗ ପାଇବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.