Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||
  • ବ୍ରିସବେନ୍ ଟେଷ୍ଟ୍ : ପ୍ରଥମ ଦିନରେ ଲାବୁସେନଙ୍କ ଶତକ, କଙ୍ଗାରୁ ଟିମ୍ ୨୭୪/୫
  • ||
  • ଭୁବନେଶ୍ବର: ଗୁରୁତର-ଗର୍ଭବତୀ-ହସ୍ପିଟାଲରେ ଆଡମିଟ୍‌ ବ୍ୟକ୍ତିଙ୍କୁ ଦିଆଯିବ ନାହିଁ ଟିକା, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ
  • ||
  • ଶ୍ରମିକମାନଙ୍କ ସହ ମିଶି ମାଟି ଖୋଳିଲେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୮ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଚିଲିକାରେ ଆରମ୍ଭ ହୋଇଛି ଫ୍ଲୋରା ଫୋନା ସର୍ଭେ
  • ||
  • ଯାଜପୁର ଶିଶୁ ନିଖୋଜ ଘଟଣା: ନିଖୋଜ ପିହୁ ପରିବାରକୁ ଭେଟିଲେ ଏସ୍‌ପି ରାହୁଲ ପି.ଆର
  • ||
  • ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ, ପୁଣି ଅପମିଶ୍ରିତ ଗୁଣ୍ଡି ଜବତ
  • ||
  • ଗଞ୍ଜାମ: ଅଜଣା ଜନ୍ତୁ ଆତଙ୍କ, ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ
  • ||

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ମଧ୍ୟାହ୍ନ ୨ଟା ୩୦ରୁ ଶ୍ରୀମୁଖ ଶୃଙ୍ଗାର

6/01/2021 at 11:07 AM

ପୁରୀ ୬।୧: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆଜି ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ବିତୀୟ ଭୋଗ ମଣ୍ଡପ ପରେ ଦତ୍ତ ମହାପାତ୍ର ସେବାୟତମାନେ ମହାପ୍ରଭୁଙ୍କ ଏହି ନୀତି ଆରମ୍ଭ କରିବେ। ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନୀର୍ଘଣ୍ଟ ଚୂଡ଼ାନ୍ତ ହୋଇଥିବା ବେଳେ ଏହା ଏକ ଗୁପ୍ତ ସେବା ହୋଇଥିବାରୁ ପ୍ରାୟ ୪ ଘଣ୍ଟା ଧରି ଏହି ନୀତି ଚାଲିବ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ବନକଲାଗି ନୀତି କରିବେ।

ପ୍ରଥା ଓ ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରେ ପ୍ରତ୍ୟେକ ବୁଧବାର କିମ୍ବା ଗୁରୁବାରରେ ବନକଲାଗି ନୀତି ପାଳନ ହେବାର ବିଧି ରହିଛି। ଶ୍ରୀମନ୍ଦିର ନୀତି ନୀର୍ଘଣ୍ଟ ଅନୁଯାୟୀ ମଧ୍ୟାହ୍ନ ୨ଟା ୩୦ରୁ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର ନୀତି ଆରମ୍ଭ କରାଯିବ। ପ୍ରାୟ ୪ ଘଣ୍ଟା ଧରି ଏହି ବନକ ଲାଗି ନୀତି କରାଯାଉଥିବା ବେଳେ ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବ। ତେବେ ବନକ ଲାଗି ପାଇଁ ଆବଶ୍ୟକ ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରାଯାଇ ଦତ୍ତ ମହାପାତ୍ର ସେବାୟତମାନେ ଏହି ନୀତି ସଂପନ୍ନ କରିବେ।

ମହାପ୍ରଭୁଙ୍କର ଏହି ବନକଲାଗି ନୀତି ହେଉଥିବାରୁ ଦତ୍ତ ମହାପାତ୍ର ସେବାୟତମାନଙ୍କ ମଧ୍ୟରେ ବେଶ୍ ଉତ୍ସାହ ପ୍ରକାଶ ପାଇଛି। ପ୍ରଥମେ ଶ୍ରୀବିଗ୍ରହମାନଙ୍କର ଅଧର ପୋଛା ପରେ ବନକଲାଗି ନୀତି ଅନୁଷ୍ଠିତ ହୋଇଥାଏ। ଏଥିପାଇଁ ବେଶ୍ ନିଷ୍ଠାର ସହ ଦତ୍ତ ମହାପାତ୍ର ସେବାୟତମାନେ ବନକ ପ୍ରସ୍ତୁତ କରିଥାନ୍ତି। ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ବାରା ମହାପ୍ରଭୁଙ୍କ ମୁଖ ମଣ୍ଡଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖା ଯାଇଥାଏ। ତେବେ ଆଜି ସର୍ବସାଧାରଣ ଦର୍ଶନର ଚତୁର୍ଥ ଦିନ ହୋଇଥିବାବେଳେ ବନକଲାଗି ଏକ ଗୁପ୍ତନୀତି ହୋଇଥିବାରୁ ଭକ୍ତ ମାନେ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ରହିବେ।

   Related Posts