Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||
  • ଆଜି ୧୨ ଘଣ୍ଟିଆ ନୂଆପଡ଼ା ଜିଲ୍ଲା ବନ୍ଦ, ଗାଡ଼ି ଚଳାଚଳ ପ୍ରଭାବିତ
  • ||

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକ ଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ

11/03/2020 at 4:51 PM

ପୁରୀ ୧୧।୩: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେଉଛି । ଦୋଳପୂର୍ଣ୍ଣିମା ଅବସରରେ ମହାପ୍ରଭୁ ଫଗୁ ଖେଳିଥିବାରୁ ଆଜି ଦ୍ବିତୀୟ ଭୋଗ ମଣ୍ଡପ ପରେ ଦତ୍ତ ମହାପାତ୍ର ସେବାୟତ ମାନେ ମହାପ୍ରଭୁଙ୍କ ଏହି ନୀତି ଆରମ୍ଭ କରିଛନ୍ତି । ବନକ ଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନୀର୍ଘଣ୍ଟ ଚୂଡ଼ାନ୍ତ ହୋଇଥିବା ବେଳେ ଏହି ସମୟରେ ସାଧାରଣ ଭକ୍ତ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ରହିବେ।

ପ୍ରଥା ଓ ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରେ ପ୍ରତ୍ୟେକ ବୁଧବାର କିମ୍ବା ଗୁରୁବାରରେ ବନକ ଲାଗି ନୀତି ପାଳନ ହେବାର ବିଧି ରହିଛି । ତେବେ ଦୋଳପୂର୍ଣ୍ଣିମା ଅବସରରେ ମହାପ୍ରଭୁ ଫଗୁ ଖେଳିଥିବାରୁ ଆଜି ଏହି ବନକଲାଗି ନୀତି ଅନୁଷ୍ଠିତ ହେଉଛି । ଦତ୍ତ ମହାପାତ୍ର ସେବାୟତମାନେ ଶ୍ରୀମନ୍ଦିର ନୀତି ନୀର୍ଘଣ୍ଟ ଅନୁଯାୟୀ ଅପରାହ୍ନ ୪ଟାରୁ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର ନୀତି ଆରମ୍ଭ କରିଛନ୍ତି । ପ୍ରାୟ ୪ ଘଣ୍ଟାର ଏହି ବନକ ଲାଗି ନୀତି ଥିବାରୁ ସର୍ବ ସାଧାରଣ ଦର୍ଶନକୁ ବନ୍ଦ କରାଯାଇ ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବାର ପରମ୍ପରା ରହିଛି। ତେବେ ବନକ ଲାଗି ପାଇଁ ଆବଶ୍ୟକ ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରାଯାଇ ଦତ୍ତ ମହାପାତ୍ର ସେବାୟତମାନେ ଏହି ନୀତି ସମ୍ପନ୍ନ କରିଥାନ୍ତି।

ମହାପ୍ରଭୁଙ୍କର ଏହି ବନକ ଲାଗି ନୀତି ହେଉଥିବାରୁ ଦତ୍ତ ମହାପାତ୍ର ସେବାୟତମାନଙ୍କ ମଧ୍ୟରେ ବେଶ୍ ଉତ୍ସାହ ପ୍ରକାଶ ପାଇଛି। ପ୍ରଥମେ ଶ୍ରୀବିଗ୍ରହମାନଙ୍କର ଅଧର ପୋଛା ପରେ ବନକ ଲାଗି ନୀତି ଅନୁଷ୍ଠିତ ହୋଇଛି । ଏଥିପାଇଁ ବେଶ୍ ନିଷ୍ଠାର ସହ ଦତ୍ତ ମହାପାତ୍ର ସେବାୟତମାନେ ବନକ ପ୍ରସ୍ତୁତ କରିଥାନ୍ତି । ବନକ ଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ବାରା ମହାପ୍ରଭୁଙ୍କ ମୁଖ ମଣ୍ଡଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖା ଯାଇଥାଏ । ବନକ ଲାଗି ନୀତି ସମ୍ପନ୍ନ ହେବା ପରେ ସାଧାରଣ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିଥାନ୍ତି।

ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ଅନୁଯାୟୀ ପ୍ରତି ମାସରେ ୨ ଥର ଅଧରପୋଛା ଓ ୨ ଥର ବନକ ଲାଗି କରାଯାଉଛି।

   Related Posts