Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ୧୬ଟି ଜିଲ୍ଲାରେ ହେବ ଆରଟି ପିସିଆର ଲ୍ୟାବ୍, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
  • ||
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’, ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବାର ପାଇବେ ସୁଯୋଗ

13/11/2020 at 2:56 PM

ଭୁବନେଶ୍ବର ୧୩।୧୧: ସାଢେ ଚାରି କୋଟି ଓଡିଆଙ୍କ ହୃଦୟର ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ଏଣିକି ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ । ନବମ ଓ ଦଶମ ଶ୍ରେଣୀରେ ପାଠ ପଢୁଥିବା ଛାତ୍ରଛାତ୍ରୀମାନେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କର ଏହି କାଳଜୟୀ କୃତୀ ପଢିବାର ସୁଯୋଗ ପାଇବେ। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନକ୍ରମେ ଆଜି ଏ ସଂକ୍ରାନ୍ତରେ ସରକାରୀ ବିଜ୍ଞପ୍ତି ପ୍ରକାଶିତ ହୋଇଛି ।

ସୂଚନାଯୋଗ୍ୟ ଯେ ନିକଟରେ ରାଜ୍ୟ ସରକାର ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତକୁ ରାଜ୍ୟ ସଂଗୀତର ମାନ୍ୟତା ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକ୍ରମେ ଗତ ମେ ୩୦ ତାରିଖରେ ସାରା ରାଜ୍ୟ ତଥା ସାରା ବିଶ୍ବର କୋଣ ଅନୁକୋଣରେ ଥିବା ଓଡିଆ ଭାଇ ଭଉଣୀମାନେ ଏହି ସଂଗୀତକୁ ଏକ ସମୟରେ ଗାନ କରି ଏକ ଭାବମୟ ପରିବେଶ ସୃଷ୍ଟି କରିଥିଲେ। ଗୌରବମଣ୍ଡିତ ଉତ୍କଳ ଜନନୀଙ୍କ ଜୟଗାନ କରୁଥିବା ଏହି ମହାନ ସଂଗୀତ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଓଡିଆ ଜାତୀୟତାର ଭାବକୁ  ସୁଦୃଢ କରିବା ସହିତ ଓଡିଆ ଜାତିର ମହାନତା ସହ ପରିଚିତ କରାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

   Related Posts