Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ନବୋଦୟ ସ୍କୁଲ ପାଲଟିଲା କରୋନା ହଟସ୍ପଟ: ଏକାଥରେ ୩୨ ଛାତ୍ରଛାତ୍ରୀ ସଂକ୍ରମିତ

28/10/2021 at 2:20 PM

ବେଙ୍ଗାଲୁରୁ ୨୮/୧୦ : କର୍ଣ୍ଣାଟକ କୋଡାଗୁ ଜିଲ୍ଲାରେ ଥିବା ଜବାହର ନବୋଦୟ ବିଦ୍ୟାଳୟର ୩୨ ଛାତ୍ରଛାତ୍ରୀ କରୋନା ସଂକ୍ରମିତ ହୋଇଛନ୍ତି। ସ୍କୁଲର ୧୦ ଛାତ୍ର ଓ ୨୨ ଛାତ୍ରୀଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି। ସମସ୍ତ ସଂକ୍ରମିତ ନବମରୁ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀ।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ପ୍ରାୟ ୧୦ ଛାତ୍ରଙ୍କ ମଧ୍ୟରେ କରୋନା ଲକ୍ଷଣ ଦେଖାଦେଇଥିଲା। ଏହାପରେ ଅନ୍ୟ ଛାତ୍ରଙ୍କ କରୋନା ଯାଞ୍ଚ କରାଯାଇଥିଲା। ଯାଞ୍ଚ ପରେ ୩୨ ଛାତ୍ରଛାତ୍ରୀ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ସ୍କୁଲ ପ୍ରିନ୍ସିପାଲ କହିଛନ୍ତି ଯେ ଜିଲ୍ଲା ହସ୍ପିଟାଲରେ ସମସ୍ତ ସଂକ୍ରମିତଙ୍କ ଚିକିତ୍ସା ଚାଲିଛି। ସ୍କୁଲ ପରିସରକୁ ସାନିଟାଇଜ କରାଯାଇଛି ଓ ସତର୍କତା ପଦକ୍ଷେପ ନିଆଯାଇଛି। ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ମଧ୍ୟରେ କଥାବାର୍ତ୍ତା ଚାଲିଛି। ସ୍କୁଲର ମୋଟ ୨୭୦ ଛାତ୍ରଛାତ୍ରୀଙ୍କ କୋଭିଡ ଟେଷ୍ଟ କରାଯାଇଛି।

ଅଧିକାଂଶ ରାଜ୍ୟରେ ସ୍କୁଲ କଲେଜ ଖୋଲିବା ଆରମ୍ଭ ହେବା ସମୟରେ ଏକାସାଙ୍ଗେ ଏତେ ସଂଖ୍ୟକ ଛାତ୍ରଛାତ୍ରୀ କରୋନା ସଂକ୍ରମିତ ହୋଇଥିବା ମାମଲା ସାମ୍ନାକୁ ଆସିଛି।

   Related Posts