Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ

18/10/2021 at 8:33 AM

ରାୟଗଡା ୧୮/୧୦:  ରାୟଗଡା ସହର ଉପକଣ୍ଠ ନାଗାବଳୀ ନଦୀ ଝୁଲାପୋଲ ଏବଂ ହାତିପଥର ନିକଟରେ ନିଖୋଜ ବାପ-ପୁଅଙ୍କ ଏଯାଏ ମିଳିନି ପତ୍ତା । ନିଖୋଜ ଦୁଇ ଜଣ ହେଲେ ପାରଳାଖେମୁଣ୍ଡି ସହରର ୧୯ବର୍ଷୀୟ କେ. ଜିତେନ୍ଦ୍ର ଏବଂ ୪୫ବର୍ଷୀୟ କେ. ଶ୍ରୀନିବାସ । ସେମାନଙ୍କ ଘର ପାରଳାଖେମୁଣ୍ଡି ସହର କାମ୍ପ ସାହିରେ ।

ସୂଚନାନୁସାରେ, ପାରଳାଖେମୁଣ୍ଡିରୁ ୧୬ ଜଣ ପର୍ଯ୍ୟଟକ ମଝିଘରିଆଣି ମନ୍ଦିର ଦର୍ଶନ ପାଇଁ ରାୟଗଡା ଆସିଥିଲେ। ମନ୍ଦିରରେ ଦର୍ଶନ ସାରି ସହର ପାର୍ଶ୍ବଦେଇ ବୋହିଯାଉଥିବା ନାଗାବଳୀ ଉପରେ ଝୁଲାପୋଲକୁ ଯାଇଥିଲେ। ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିବା ପାଇଁ ଝୁଲାପୋଲ ଏବଂ ହାତୀପଥର ମଧ୍ୟଭାଗରେ ନଦୀ କୂଳକୁ ଓହ୍ଲାଇ ଥିଲେ। ସେଠାରେ ବାପା ଶ୍ରୀନିବାସ ଗୋଡ ଧୋଇଥିଲେ। ସ୍ଥାନଟି ସମ୍ପୂର୍ଣ୍ଣ ରୁପେ ପଥୁରିଆ ଥିଲା। ପାଣିର ସୁଅରେ ଶିଉଳି ପଡିଥିବା ଯୋଗୁଁ ବାପା ଶ୍ରୀନିବାସଙ୍କ ପାଦ ଖସିଯାଇଥିଲା । ଫଳରେ ପାଣିର ସୁଅରେ ସେ ଭାସିଯାଇଥିଲେ।

ବାପାଙ୍କୁ ଉଦ୍ଧାର କରିବାପାଇଁ ପୁଅ ଜିତେନ୍ଦ୍ର ମଧ୍ୟ ପାଣି ଭିତରକୁ ଡେଇଁପଡିଥିଲେ। ଏଭଳି ସ୍ଥିତି ଦେଖି ଅନ୍ୟ ପର୍ଯ୍ୟଟକ ମାନେ କୂଳରେ ରହି ପାଟି କରୁଥିବା ଦେଖି ସ୍ଥାନୀୟ ଲୋକ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। କର୍ମଚାରୀ ପହଞ୍ଚି ଦୀର୍ଘ ସମୟ ଧରି ଖୋଜାଖୋଜି କରିଥିଲେ। ତେବେ ସନ୍ଧ୍ୟା ହୋଇଯିବାରୁ ପାଣି ଭିତରେ ଖୋଜିବା ସମ୍ଭବ ନହେବାରୁ ଉଦ୍ଧାର କାର୍ଯ୍ୟ ବନ୍ଦ କରିଦିଆଯାଇଛି। ସୋମବାର ପୁଣି ଉଦ୍ଧାର କାର୍ଯ୍ୟ ଆରମ୍ଭ କରାଯିବ ।

   Related Posts