Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କାର୍‌, ଉପରେ ଥିଲା ବିଦ୍ୟୁତ ତାର

10/10/2021 at 8:10 AM

ବାରିପଦା ୧୦।୧୦: ହୁତୁ ହୁତୁ ହୋଇ ଜଳିଗଲା କାର୍‌ । ଉପରେ ଥିଲା ବିଦ୍ୟୁତ ତାର । ଲୋକଙ୍କ ଉପସ୍ଥିତି ବୁଦ୍ଧି ଲାଗି ବଡ଼ ଧରଣର ଅଘଟଣରୁ ବର୍ତ୍ତିଗଲେ ସ୍ଥାନୀୟଲୋକେ । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି କାର୍‌ରେ ଲାଗିଥିବା ନିଆଁକୁ ଆୟତ୍ତ କରିଛି । ମୟୁରଭଞ୍ଜ ଜିଲ୍ଲା ବାରିପଦା ସହର ଜଗନ୍ନାଥ ମନ୍ଦିର ନିକଟରେ ଘଟିଛି ଏପରି ଘଟଣା ।

ଖବର ଅନୁଯାୟୀ, ବାରିପଦା ସହର ଜଗନ୍ନାଥ ମନ୍ଦିର ଠାରୁ ମଧୁବନ ଗ୍ୟାରେଜ ଛକ ଯିବା ରାସ୍ତାରେ ଗୋଟେ କାରରେ ଆଜି ଭୋର୍ ପାଖା ପାଖି ୫.୩୦ ସମୟରେ ଏକ ପରିତ୍ୟକ୍ତ କାରରେ ନିଆଁ ଲାଗିଥିଲା। ସତ୍ୟଜିତ ପୃଷ୍ଟି ନାମକ ଏକ ଯୁବକ ସେହି ବାଟଦେଇ ମର୍ଣିଂୱାକ୍ କରିବାକୁ ଯିବା ସମୟରେ ଏହି ଦୃଶ୍ୟ ଦେଖି ସଙ୍ଗେ ସଙ୍ଗେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀମାନେ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଏହି କାରଟି କାହାର ଜଣାପଡ଼ିଥିବା ବେଳେ, କେଉଁ ପରିସ୍ଥିତରେ ନିଆଁ ଲାଗିଲା ତାହା ଜଣାପଡିନାହିଁ ।  ତେବେ କାହାର କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ। ସେପଟେ ଗାଡ଼ି ଉପରେ ଦେଇ ଯାଇଥିବା ବିଦ୍ୟୁତ ତାରରେ ନିଆଁ ଲାଗିଥିଲେ ଏକ ବଡ ଧରଣର ବିପଦ ହୋଇଥାନ୍ତା ଯାହାକୁ ଏଡାଇ ଦେଇଛନ୍ତି ଅଗ୍ନିଶମ ବାହିନୀ ।

   Related Posts