Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ବଙ୍ଗୋପସାଗରେ ଦାନା ବାନ୍ଧୁଛି ବାତ୍ୟା ! ଭୟ ବଢାଇଲା ସାଇକ୍ଲୋନ୍ ସେଣ୍ଟର୍‌ର ଆକଳନ

18/05/2021 at 12:39 PM

ଭୁବନେଶ୍ୱର, ୧୮।୦୫: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା । ଆସନ୍ତା ୨୩ ବେଳକୁ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବାର ଆଶଙ୍କା ଦେଖାଦେଇଛି । ଭୂବିଜ୍ଞାନ ମନ୍ତ୍ରଣାଳୟର ସଚିବ ମାଧବନ ରାଜୀବନ ଟ୍ୱିଟ କରି ସୂଚନା ଦେଇଛନ୍ତି ।

କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ବାତ୍ୟା ସୃଷ୍ଟିହେବାର ସମ୍ଭାବନା ରହିଛି । ୨୪ କିମ୍ବା ୨୫ ବେଳକୁ ଏହା ହେବ ବୋଲି ସାଇକ୍ଲୋନ ସେଣ୍ଟର ଆଶଙ୍କା କରୁଛି । କିନ୍ତୁ ଏନେଇ ସଠିକ ଭାବେ ଏଯାଏ କିଛି ଆକଳନ କରାଯାଇନାହିଁ । ଆସନ୍ତାକାଲି ଆଡକୁ ଏନେଇ ଚିତ୍ର ସ୍ପଷ୍ଟ ହୋଇଯାଇପାରେ ବୋଲି ସୂଚନା ଦିଆଯାଇଛି ।

ତେବେ ଏହା ବାତ୍ୟାର ରୂପ ନେବକି ନାହିଁ, ଏହା କେଉଁ ଦିଗରେ ଗତିକରିବ ସେନେଇ ପାଣିପାଗ ବିଭାଗ ଅନୁଶୀଳନ କରୁଛି । ବାତ୍ୟା ତୌତେ ପ୍ରଭାବରେ କେରଳ, କର୍ଣ୍ଣାଟକ, ମହାରାଷ୍ଟ୍ର ସହ ଗୁଜୁରାଟ ବ୍ୟାପକ କ୍ଷତିଗ୍ରସ୍ତ ହୋଇଛି ।

ସୂଚନାଯୋଗ୍ୟ, ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ତଉକତେ ପ୍ରଭାବରେ ପ୍ରବଳ ବର୍ଷା ସାଙ୍ଗକୁ ଗୁଜୁରାଟର ଉପକୂଳବର୍ତ୍ତୀ ଅଞ୍ଚଳରେ ଘଣ୍ଟା ପ୍ରତି ୧୮୫ କିଲୋମିଟର ବେଗରେ ପବନ ବହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି । ବାତ୍ୟାର ପ୍ରଭାବ ଏତେ ଭୟଙ୍କର ଥିଲା ଯେ, ବଡ ବଡ ଗଛ ସାଙ୍ଗକୁ ବିଦ୍ୟୁତ ଖୁଣ୍ଟ ଓ ମୋବାଇଲ ଟାୱାର ସବୁ ଭାଙ୍ଗି ରାସ୍ତାରେ ଉପରେ ପଡିରହିଛି । ଏବେବି ଗୁଜୁରାଟରେ ବର୍ଷା ଲାଗିରହିଛି ।

ବାତ୍ୟାକୁ ଦୃଷ୍ଟିରେ ରଖି ଗୁଜୁରାଟର ନିରାପଦ ସ୍ଥାନକୁ ଦେଢ ଲକ୍ଷରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିଲା । ଗୁଜରାଟରେ ପହଂଚିବା ପୂର୍ବରୁ ମହାରାଷ୍ଟ୍ରର ମୁମ୍ବାଇରେ ତାଣ୍ଡବ ରଚିଥିଲା ତାଉତେ । ଏଥିସହ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ଯେ ରାଜ୍ୟରେ ଏହି ଘୂର୍ଣ୍ଣିବଳୟ ଯୋଗୁଁ ପ୍ରାୟ ୬ ଜଣଙ୍କର ମୃତ୍ୟୁ ହେବା ସହ କିଛି ଲୋକ ଆହତ ହୋଇଛନ୍ତି ।

   Related Posts