Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ଆଜି ବାତ୍ୟା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ, ଯୋଗଦେବେ ମୁଖ୍ୟ ଶାସନ ସଚିବ ଓ ଏସଆରସି

22/05/2021 at 10:03 AM

ଭୁବନେଶ୍ୱର,୨୨/୦୫:    ଆସୁଛି ବାତ୍ୟା ୟଶ୍ । ୨୬ରେ ଏହା ଓଡିଶା ଓ ପଶ୍ଚିମବଙ୍ଗ ଉପକୂଳରେ ମାଡ ହେବ ବୋଲି ଅନୁମାନ କରାଯାଉଛି । ତେବେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଶନିବାର ସମୀକ୍ଷା ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ମୁଖ୍ୟମନ୍ତ୍ରୀ ଶନିବାର ସମ୍ଭାବ୍ୟ ବାତ୍ୟା ୟଶକୁ ନେଇ ସମୀକ୍ଷା କରିବେ । ଏହାସହ ବାତ୍ୟା ମୁକାବିଲା ନେଇ ମଧ୍ୟ ଆଲୋଚନା କରିବେ । ଏହି ବୈଠକରେ ୧୪ ଜିଲ୍ଲାର ଜିଲ୍ଲାପାଳ ଉପସ୍ଥିତ ରହିବେ । ସେହିପରି ମୁଖ୍ୟ ଶାସନ ସଚିବଙ୍କ ସହ ଏସଆରସି ଓ ଅନ୍ୟ ଅଧିକାରୀମାନେ ସମୀକ୍ଷା ବୈଠକରେ ଉପସ୍ଥିତ ରହିବା ନେଇ ସୂଚନା ମିଳିଛ ।

ସୂଟନାଯୋଗ୍ୟ, ବଙ୍ଗୋପସାଗରରେ ଦାନା ବାନ୍ଧୁଥିବା ବାତ୍ୟା ଅତି ଭୀଷଣ (ଭେରି ସିଭିୟର୍‌ ସାଇକ୍ଲୋନିକ୍‌ ଷ୍ଟର୍ମ) ରୂପ ନେବ । ୧୬୦ କିଲୋମିଟରକୁ ଟପିପାରେ ପବନର ବେଗ ।ପବନ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ଧରି ମାଡ଼ି ଆସିବ ବାତ୍ୟା ‘ୟଶ୍’ । ପାଣିପାଗ ବିଭାଗ ଆକଳନ କହୁଛି, ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ୨୬ ତାରିଖରେ ମାଡ଼ ହୋଇପାରେ ।

ଆଇଏମ୍‌ଡି ପୂର୍ବନୁମାନ କହୁଛି, ଶୁକ୍ରବାର ସଂଧ୍ୟା ସୁଦ୍ଧା ଦକ୍ଷିଣ-ପୂର୍ବ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଶନିବାରକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପରେ ପରିଣତ ହେବ । ୨୪ ତାରିଖ ସୁଦ୍ଧା (ସୋମବାର) ଘନୀଭୂତ ହୋଇ ବାତ୍ୟା ‘ୟଶ୍’ ରୂପ ନେବ ।ଭେରି ସିଭିୟର୍‌ ସାଇକ୍ଲୋନିକ୍‌ ଷ୍ଟର୍ମ ରୂପ ନେଲେ ପବନର ବେଗ ୧୧୮ରୁ ୧୬୬ କିଲୋମିଟର ଯାଏ ରହିବ । ଭୟାନକ ରୂପ ନେବ ସମୁଦ୍ର। ବାତ୍ୟାର କେନ୍ଦ୍ର ସ୍ଥଳରେ ୧୪ ମିଟର ଯାଏ ଢେଉ ଉଠିପାରେ ।

   Related Posts