Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ୨୬ ଯାଏଁ ଛେଚିବ

22/07/2021 at 7:37 AM

ଭୁବନେଶ୍ୱର ୨୨୦୭:  ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୪୮ ଘଣ୍ଟା ଭିତରେ ଏହା ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବା ସମ୍ଭାବନା ଅଛି । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ହେବ । ମାତ୍ର ରାଜ୍ୟରେ ଏବେ ବର୍ଷାର ଯେଉଁଭଳି ଅଭାବ ରହିଛି, ତାହା ଭରଣା ହେବା ସମ୍ଭାବନା କମ୍‌ ।

କୃଷି ପାଣିପାଗ ବିଶାରଦ ଡକ୍ଟର ସୁରେନ୍ଦ୍ରନାଥ ପଶୁପାଳକଙ୍କ ପୂର୍ବାନୁମାନ ହେଲା, ଘୂର୍ଣ୍ଣିବଳୟ ଗୁରୁବାରକୁ ଲଘୁଚାପ ରୂପ ନେଇପାରେ । ହେଲେ ଏହା ବିଶେଷ ବର୍ଷା କରାଇବ ନାହିଁ । ୨୨ ତାରିଖରେ ସମଗ୍ର ରାଜ୍ୟରେ ଓ ୨୩ରେ ଦକ୍ଷିଣ ଏବଂ କେନ୍ଦ୍ରୀୟ ଓଡ଼ିଶାର କେତେକ ଜାଗାରେ ଘଡ଼ଘଡ଼ି ସହ ବର୍ଷା ହେବ । ୨୩ରେ ଉପକୂଳ ଜିଲ୍ଲା ଓ ୨୩/୨୪ରେ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାରେ ଲଘୁଚାପଜନିତ ମୌସୁମୀ ବର୍ଷା ହେବ । ୨୪ରୁ ଅଧିକାଂଶ ଜାଗାରେ ବର୍ଷା ଛାଡ଼ିଯିବ ।

ଆକଳନ କରାଯାଉଛି, ଆସନ୍ତା ୨୬ ତାରିଖ ସୁଦ୍ଧା ଦକ୍ଷିଣ କେନ୍ଦ୍ରୀୟ ଓ ପଶ୍ଚିମ ଓଡ଼ିଶାରେ ସମୁଦାୟ ବର୍ଷା ହାରାହାରି ୪୦, ଉପକୂଳରେ ୮୦ ଓ ସୀମାନ୍ତବର୍ତ୍ତୀ ଆଭ୍ୟନ୍ତରୀଣ ଓଡ଼ିଶାରେ ୧୦୦ ମିମି ବର୍ଷା ହୋଇପାରେ । ଖୋର୍ଦ୍ଧା ଓ ନୟାଗଡ଼ରେ ସମୁଦାୟ ୬୦ ମିମି ବର୍ଷା ହୋଇପାରେ । ୨୬ ତାରିଖରେ ସୃଷ୍ଟି ହେବାକୁ ଯାଉଥିବା ସମ୍ଭାବ୍ୟ ଘୂର୍ଣ୍ଣିବଳୟର ପ୍ରଭାବ ୨୪ ତାରିଖ ବେଳକୁ ଜଣାପଡ଼ିବ । ତେଣୁ ବର୍ତ୍ତମାନର ନିଅଣ୍ଟିଆ ମୌସୁମୀ ଅତିକମ୍‌ରେ ୨୬ ପର୍ଯ୍ୟନ୍ତ ଅଧିକ ବଢ଼ିବ । ଦକ୍ଷିଣ କେନ୍ଦ୍ରୀୟ ଓ ପଶ୍ଚିମ ଓଡ଼ିଶାର ଅଣଜଳସେଚିତ ଜମିରେ ଧାନର ରୁଆବେଉସା କାମ ବେଶି ଆଗେଇବ ନାହିଁ ।

ପାଣିପାଗ ବିଭାଗ କହିଛି, ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୬ ଯାଏଁ ବର୍ଷା ହେବ । ୨୨ ତାରିଖରେ ରାଜ୍ୟର ଅଧିକାଂଶ ଜାଗାରେ ବର୍ଷା ସମ୍ଭାବନା ଅଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ସମ୍ବଲପୁର, ଦେବଗଡ଼ରେ ସ୍ଥାନେ ସ୍ଥାନେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ଆଶଙ୍କା ଅଛି ।

   Related Posts