Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ବଙ୍ଗୋପସାଗରରେ ଲଘୁଚାପ ବଳୟ, ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

2/11/2021 at 7:38 AM

ଭୁବନେଶ୍ୱର,୦୨/୧୧: ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ମଙ୍ଗଳବାର ହାଲୁକା ବର୍ଷା ହୋଇପାରେ। ଶ୍ରୀଲଙ୍କାର ଉତ୍ତର ପାଶ୍ୱର୍ରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମରେ ହାଲୁକା ବର୍ଷା ହେବ । ଆସନ୍ତା ୫ ତାରିଖ ଯାଏ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ କାଁ ଭାଁ ବର୍ଷା ଲାଗିବ ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ସେପଟେ ଆସନ୍ତା ୩ରୁ ୪ଦିନ ଯାଏ ରାଜ୍ୟରେ ଶୀତ ପ୍ରବାହରେ ସେଭଳି କିଛି ପରିବର୍ତ୍ତନ ହେବାର ନାହିଁ ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି । ରାଜ୍ୟରେ ସୋମବାର ଦିନ ଦାରିଙ୍ଗିବାଡିରେ ସର୍ବନିମ୍ନ ତାପମାତ୍ରା ୧୬ଡିଗ୍ରୀ ସେଲସିୟସ୍‌ ଥିଲା । ଫୁଲବାଣୀରେ ୧୮ଡିଗ୍ରୀ, କୋରାପୁଟରେ ୧୯, ଟିଟିଲାଗଡ଼ରେ ୧୯, ସୁନ୍ଦରଗଡରେ ୧୯.୫, କେନ୍ଦୁଝରରେ ୧୯.୬, ଝାରସୁଗୁଡ଼ାରେ ୧୯.୬, ଚାନ୍ଦବାଲିରେ ସର୍ବନିମ୍ନ ତାପମାତ୍ରା ୨୦.୫ ଡିଗ୍ରୀ ରେକର୍ଡ ହୋଇଥିଲା ।

   Related Posts