Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି
  • ||
  • ରାଜ୍ୟରେ ୯ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୮୪୫ କୋଭିଡ୍ ପଜିଟିଭ୍, ୧୧୯୬୧୪୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଓଭରବ୍ରିଜ୍‌ରୁ ୩୦ଫୁଟ ତଳକୁ ଖସିଲା କାର୍, ଦୁର୍ଘଟଣାରେ ଗାଡି ଭାଙ୍ଗିରୁଜି ଚୁରମାର୍
  • ||
  • ଶନିବାର ଏହି ସବୁ ଜିଲ୍ଲାରେ ବର୍ଷା : ବଢିବ ତାପମାତ୍ରା, କମିବ ଶୀତ
  • ||
  • ଭୟଙ୍କର ଦୁର୍ଘଟଣା : ମହାନଦୀ ପୋଲରେ ବୋଲେରୋକୁ ପିଟିଲା ଟ୍ରକ୍, ୫ ମୃତ
  • ||

ବାତ୍ୟା ଜଓ୍ୱାଦ ନେଇ ଆଲର୍ଟରେ ଜିଲ୍ଲା ପ୍ରଶାସନ, ତଳି ଅଞ୍ଚଳ ଲୋକଙ୍କୁ ଆଶ୍ରୟ ସ୍ଥଳୀ ଆଣିବା ଲକ୍ଷ୍ୟ

3/12/2021 at 2:21 PM

ଭଦ୍ରକ ୦୩/୧୨: ବାତ୍ୟା ଜୱାଦର ମୁକାବିଲା ପାଇଁ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ଏଥିପାଇଁ ଜ଼ିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜରୁରୀ ବୈଠକ ଅନୁଷ୍ଠିତ ହୋଇ ବିଭିନ୍ନ ସତର୍କତା ମୂଳକ କାର୍ଯ୍ୟପନ୍ଥା ଗ୍ରହଣ କରାଯାଇଛି । ସେହି ଅନୁଯାୟୀ ବରିଷ୍ଠ ଅଧିକାରୀଙ୍କୁ ସମୁଦ୍ର ଉପକୂଳବର୍ତ୍ତି କୁହାଯାଉଥିବା ଧାମରା, ଚାନ୍ଦବାଲି ଓ ବାସୁଦେବପୁର ଅଞ୍ଚଳକୁ ପଠାଯାଇଛି ।

ଗୋଟିଏ ଏନଡ଼ିଆରଏଫ ଟିମକୁ ଧାମରା ଅଞ୍ଚଳକୁ ପଠାଯାଇ ସ୍ଥିତି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ଆଉ ଗୋଟିଏ ଓଡ୍ରାଫ ଟିମ ଜିଲ୍ଲାରେ ପହଞ୍ଚିଛି । ଏହି ଟିମକୁ ବାସୁଦେବପୁର ଅଞ୍ଚଳକୁ ପଠାଯିବ ବୋଲି ଜିଲ୍ଲାପାଳ କହିଛନ୍ତି । ଏହାସହ ଜିଲ୍ଲାରେ ଥିବା ୯ ଗୋଟି ଅଗ୍ନିଶମ ଟିମ ଓ ରାଜ୍ୟରୁ ଆସିବାକୁ ଥିବା ୧୩ ଗୋଟି ଟିମକୁ ମଧ୍ୟ ବିଭିନ୍ନ ଅଞ୍ଚଳକୁ ଉଦ୍ଧାର କାର୍ଯ୍ୟ ପାଇଁ ପଠାଯିବ ।

ତେବେ ଆବଶ୍ୟକ ହେଲେ ସମୁଦ୍ର ଉପକୂଳରେ ଥିବା ବାସୁଦେବପୁର ବ୍ଲକର ୧୭ ଗୋଟି ଗାଁ ଏବଂ ଚାନ୍ଦବାଲି ବ୍ଲକର ୨୯ ଗୋଟି ମୋଟ ୪୬ ଗୋଟି ଗାଁର ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ଅଣାଯିବ । ବର୍ଷା ଓ ପବନର ବେଗ ଜୋର ରହିଲେ ତଳିଆ ଅଞ୍ଚଳର ଲୋକଙ୍କୁ ଜିଲ୍ଲାରେ ଥିବା ୧୦୪ ଗୋଟି ବାତ୍ୟା ଆଶ୍ରୟସ୍ଥଳୀକୁ ଅଣାଯିବାର ବ୍ୟବସ୍ଥା ହୋଇଥିବା ଜିଲ୍ଲାପାଳ କହିଛନ୍ତି । ସେହିପରି ଭାବେ, ମସ୍ୟଜୀବିଙ୍କୁ ସମୁଦ୍ର ଭିତରକୁ ନ ଯିବାପାଇଁ ସତର୍କ ସୂଚନା ଜାରି କରିବା ପରେ ସେମାନେ ଉପକୂଳକୁ ଫେରି ଆସିଛନ୍ତି ।

   Related Posts