Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ଭାଲୁ ଆକ୍ରମଣରେ ଜଣେ ଗୁରୁତର, ହସ୍ପିଟାଲରେ ଭର୍ତ୍ତି

22/09/2020 at 9:30 PM

ପାଟଣା, ୨୨ ।୦୯: କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ଅନ୍ତର୍ଗତ ଚିନାମାଳିପଶି ପଞ୍ଚାୟତ ନୂଆପଡା ଗ୍ରାମରେ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି  ଗୁରୁତର ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ଘଟଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ଗୁରୁତର ହେଲେ ଜୟଦେବ ନାଏକ । ମଙ୍ଗଳବାର ସେ ଗ୍ରାମ ନିକଟ ନାଳକୁ ଶୌଚ ହେବାକୁ ଯାଇଥିଲେ । ସେହି ସମୟରେ ପାଖ ଜଙ୍ଗଲରୁ ଏକ ଭାଲୁ ଆସି ତାଙ୍କୁ ଆକ୍ରମଣ କରିଥିଲା । ଜୟଦେବ ଚିତ୍କାର କରିଥିଲେ । ଚିତ୍କାର ଶୁଣି ଲୋକେ ତାଙ୍କୁ ଉଦ୍ଧାର କରି ମେଡିକାଲକୁ ପଠାଇଥିଲେ । ଜୟଦେବଙ୍କ ହାତ ଓ ପିଠିରେ ଗଭୀର ଆଘାତ ଲାଗିଥିବା ଜଣାପଡିଛି।

   Related Posts