Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||
  • ବ୍ରିସବେନ୍ ଟେଷ୍ଟ୍ : ପ୍ରଥମ ଦିନରେ ଲାବୁସେନଙ୍କ ଶତକ, କଙ୍ଗାରୁ ଟିମ୍ ୨୭୪/୫
  • ||
  • ଭୁବନେଶ୍ବର: ଗୁରୁତର-ଗର୍ଭବତୀ-ହସ୍ପିଟାଲରେ ଆଡମିଟ୍‌ ବ୍ୟକ୍ତିଙ୍କୁ ଦିଆଯିବ ନାହିଁ ଟିକା, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ
  • ||
  • ଶ୍ରମିକମାନଙ୍କ ସହ ମିଶି ମାଟି ଖୋଳିଲେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୮ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଚିଲିକାରେ ଆରମ୍ଭ ହୋଇଛି ଫ୍ଲୋରା ଫୋନା ସର୍ଭେ
  • ||
  • ଯାଜପୁର ଶିଶୁ ନିଖୋଜ ଘଟଣା: ନିଖୋଜ ପିହୁ ପରିବାରକୁ ଭେଟିଲେ ଏସ୍‌ପି ରାହୁଲ ପି.ଆର
  • ||
  • ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ, ପୁଣି ଅପମିଶ୍ରିତ ଗୁଣ୍ଡି ଜବତ
  • ||
  • ଗଞ୍ଜାମ: ଅଜଣା ଜନ୍ତୁ ଆତଙ୍କ, ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ
  • ||

ତାରିଣୀ ମନ୍ଦିରରେ ଭାଲୁ, ଗାଁରେ ପଡିଛି ଭାଳେଣି: ଭୟଭୀତ ସ୍ଥାନୀୟ ଲୋକେ

4/01/2021 at 9:50 AM

ନବରଙ୍ଗପୁର୪/୧: ତେନ୍ତୁଳିଖୁଣ୍ଟି ତାରିଣୀ ମନ୍ଦିର ଭିତରେ ଭାଲୁ । ଗତକାଲି ରାତି ପ୍ରାୟ ୯ ଘଣ୍ଟିକା ସମୟରେ ତେନ୍ତୁଳିଖୁଣ୍ଟିସ୍ଥିତ ତାରିଣୀ ମନ୍ଦିର ପରିସରରେ ଏକ ଭାଲୁ ବୁଲୁଥୁବା ଦେଖିବାକୁ ମିଳିଛି ।ଭାଲୁଟି ଗ୍ରାମର ମାଳି ସାହିରେ ଥିବା ତାରିଣୀ ମନ୍ଦିର ପାଚେରୀ ଡେଇଁ ମନ୍ଦିର ବେଡା ମଧ୍ୟରେ ବୁଲୁଥୁବା କିଛି ଲୋକ ଦେଖିଥିଲେ।

ଏହାପରେ ଭାଲୁଟି ଭତରା ସାହି ମଧ୍ୟରେ ପଶି ପୁଣି ଧାନ ଜମି ଦେଇ କେଉଁଆଡେ ଚାଲି ଯାଇଥିବା ଦେଖିବାକୁ ମିଳିଥିଲା। ଭାଲୁଟି କାହାର କିଛି କ୍ଷତି କରି କରିନଥିଲେ ହେଁ ସ୍ଥାନୀୟ ଲୋକେ ଭୟଭୀତ ହୋଇପଡିଛନ୍ତି। ତେବେ ଭାଲୁଟି ମନ୍ଦିର ମନ୍ଦିର ପାଚେରୀ ଡେଇଁ ଆସି ମନ୍ଦିର ଭିତରେ ପଶିବାକୁ ଚେଷ୍ଟା କରୁଥିଲା। ତେବେ ମନ୍ଦିର ଗ୍ରିଲ ବନ୍ଦ ଥିବାରୁ ଭିତରକୁ ପଶି ପାରିନଥିଲା । ପରେ ଦୁଇ ଗୋଡ଼ରେ ଛିଡା ହୋଇ କିଛି ଖାଦ୍ୟ ଖୋଜୁଥିବା ଦେଖିବାକୁ ମିଳିଛି ।

ଦିନକୁ ଦିନ ଜଙ୍ଗଲ ପଦା ହେବା ସହ ବନ୍ୟ ଜନ୍ତୁଙ୍କ ଖାଦ୍ୟଭାବ ଦେଖା ଦେବା କାରଣରୁ ଭାଲୁମାନେ ଗାଁ ମୁହାଁ ହେବାରେ ଲାଗିଛି। ଅପର ପକ୍ଷରେ ଜଙ୍ଗଲରେ ଥିବା ଭାଲୁମାନେ ଖାଦ୍ୟ ଅନ୍ୱେଷଣ ପାଇଁ ଗାଁ ଭିତରକୁ ପଶି ଆସୁଥୁବା ଜଣାପଡିଛି। ଗତ କିଛିମାସ ହେବ ତେନ୍ତୁଳିଖୁଣ୍ଟି ବ୍ଲକର ଅନେକ ଗ୍ରାମରେ ମାଳ ମାଳ ଭାଲୁ ପଶି ଆସୁଥିବା ଦେଖିବାକୁ ମିଳିଛି। ଭାଲୁ ମାନେ କାହାର କିଛି କରୁନଥିଲେ ହେଁ ଲୋକଙ୍କ ମଧ୍ୟରେ ଏକ ପ୍ରକାର ଭୟ ଲାଗି ରହିଛି ।

   Related Posts