Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚେତୁନାହାଁନ୍ତି ଅମାନିଆ : ବିଭିନ୍ନ ଆଳ କରି ବଜାରରେ ବୁଲୁଛନ୍ତି, ଫାଇନ୍ ବି ଗଣୁଛନ୍ତି
  • ||
  • ‘ଟିକାରୁ ଜିଏସଟି ଛାଡ କର’ : କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ
  • ||
  • ଭୟଙ୍କର : ୨୪ ଘଣ୍ଟାରେ ଦେଶରେ ବାହାରିଲେ ୪ ଲକ୍ଷ ୧୪ ହଜାରରୁ ଅଧିକ ପଜିଟିଭ୍, ୩୯୧୫ ମୃତ
  • ||
  • କରୋନା ରୋଗୀଙ୍କୁ ମେଡିସିନ୍ ନେଇ ଜାରି ହେଲା ଏସଓପି : ଆକ୍ରାନ୍ତଙ୍କୁ ଇଞ୍ଜେକ୍ସନ ଦେବା ପୂର୍ବରୁ ଯାଞ୍ଚ ହେବ ସ୍ୱାସ୍ଥ୍ୟାବସ୍ଥା
  • ||
  • ରାଜସ୍ଥାନରେ ୧୪ ଦିନିଆ ଲକ୍‌ଡାଉନ୍‌ ଲଗାଇଲେ ସରକାର, ୩୧ ଯାଏଁ ହୋଇପାରିବନି ବିବାହ
  • ||
  • ପଶୁପକ୍ଷୀଙ୍କୁ ମଧ୍ୟ ହେଉଛି କରୋନା, ଆଗରୁ ଆହୁରି ହେବେ ସଂକ୍ରମିତ ! ଚିନ୍ତାରେ ସରକାର
  • ||
  • ଛୋଟ ପିଲାଙ୍କ ପ୍ରତି ବିପଦ ବେଶୀ, ଦୈନିକ ୫୦୦ ଶିଶୁ ହେଉଛନ୍ତି କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ ଜଣଙ୍କ ଜୀବନ, ୨୧୪୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଗାଁ ନିକଟରେ ବୁଲୁଛି ଗୋଠଛଡା ଦନ୍ତା, ଗ୍ରାମବାସୀ ଭୟଭୀତ
  • ||
  • ୧୨ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୨,୨୩୮ ପଜିଟିଭ୍
  • ||

ଅଭିନେତା ସୌମିତ୍ର ଚାଟାର୍ଜୀଙ୍କ ପରଲୋକ

15/11/2020 at 2:20 PM

କୋଲକାତା ୧୫/୧୧ : ବଙ୍ଗାଳି ଫିଲ୍ମ ଇଣ୍ଡଷ୍ଟ୍ରିର ବରିଷ୍ଠ ଅଭିନେତା ସୌମିତ୍ର ଚାଟାର୍ଜୀଙ୍କ ନିଧନ ହୋଇଛି। ୮୫ ବର୍ଷ ବୟସରେ ସେ ଦୁନିଆକୁ ସବୁଦିନ ପାଇଁ ଅଲବିଦା କରିଛନ୍ତି। ସେ ବହୁ ଦିନ ଧରି ଅସୁସ୍ଥ ଥିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। କିନ୍ତୁ ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ କୌଣସି ସୁଧାର ହୋଇନଥିଲା। ନିକଟରେ ଡାକ୍ତର କହିଥିଲେ ଯେ ସୌମିତ୍ର ଚାଟାର୍ଜୀଙ୍କୁ ଲାଇଫ୍ ସପୋର୍ଟ ସିଷ୍ଟମରେ ରଖାଯାଇଛି କିନ୍ତୁ ତଥାପି ତାଙ୍କର ସ୍ୱାସ୍ଥ୍ୟବସ୍ଥା ଭଲ ନାହିଁ।

ସୌମିତ୍ର ଚାଟାର୍ଜୀ ରବିବାର ନଭେମ୍ବର ୧୫ ତାରିଖ ବେଲେ ବ୍ଲୁ କ୍ଲିନିକରେ ଅପରାହ୍ନ ୧୨ଟା ୧୫ ମିନିଟରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କୁ ସହରର ଏକ ଘରୋଇ କ୍ଲିନିକରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଙ୍କ ଟିମ ତାଙ୍କ ସ୍ୱାସ୍ଥାବସ୍ଥାରେ ସୁଧାର ଆଣିବା ପାଇଁ ବହୁତ ଚେଷ୍ଟା କରିଥିଲେ। କିନ୍ତୁ ତାଙ୍କ ସ୍ୱାସ୍ଥ୍ୟରେ କୌଣସି ସୁଧାର ଆସିନଥିଲା। ଲାଇଫ୍ ସପୋର୍ଟ ସିଷ୍ଟମରେ ଥାଇ ମଧ୍ୟ ସେ କୌଣସି ପ୍ରତିକ୍ରିୟା ଦେଉନଥିଲେ।

ସୌମିତ୍ର ଚାଟାର୍ଜୀ ଅକ୍ଟୋବର ୬ ତାରିଖରେ କରୋନାରେ ସଂକ୍ରମିତ ହୋଇଥିଲେ। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ସେ ସୁସ୍ଥ ହୋଇଯାଇଥିଲେ। କିନ୍ତୁ ପରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ପୁଣି ଖରାପ ହୋଇଥିଲା।

   Related Posts