ଆଜି ଭଦ୍ରକ ସହର ୧୨ ଘଣ୍ଟିଆ ବନ୍ଦ, ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ କଂଗ୍ରେସର ବନ୍ଦ ଡାକରା
10/12/2020 at 7:53 AM

ଭଦ୍ରକ ୧୦।୧୨: ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଆଜି ୧୨ ଘଣ୍ଟିଆ ଭଦ୍ରକ ବନ୍ଦ ଡାକରା ଦେଇଛି କଂଗ୍ରେସ । ବିଭିନ୍ନ ସ୍ଥାନରେ ରାସ୍ତାରୋକ କରାଯାଇଛି । ସୁରକ୍ଷାଦୃଷ୍ଟିରୁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

ଜିଲ୍ଲାର ମୁଖ୍ୟ ଦାବି ମେଡିକାଲ କଲେଜ ପ୍ରତିଷ୍ଠା ଦାବିକୁ ବହୁଦିନ ଧରି ଅଣଦେଖା କରାଯାଇଛି । ଦାବିକୁ ସରକାରଙ୍କ ନିକଟ ରେ ପହଞ୍ଚାଇବା ପାଇଁ ଜିଲ୍ଲା କଂଗ୍ରେସ ଆଜି ଭଦ୍ରକ ସହରକୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବା ପୂରା ଠପ୍ ହୋଇଛି । କରୋନା ଆଳରେ ରୋଗୀଙ୍କୁ ଚିକିତ୍ସା ନକରି ଫେରାଇ ଦେବା ଓ ସାଧାରଣ ରୋଗୀଙ୍କୁ ବି କଟକ ରେଫର୍ କରିବା ଏକ ନିତିଦିନିଆ ଘଟଣା ପାଲଟି ଯାଇଛି । ଭଦ୍ରକ ମେଡିକାଲରେ ଭେଣ୍ଟିଲେଟର ଥିଲେ ମଧ୍ୟ ତାହା କାର୍ଯ୍ୟ କରୁନାହିଁ ବୋଲି କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି।
Related Posts
ପଥ ହୁଡୁଛି ବିକାଶ! ଏବେ ବି ସମସ୍ୟା ଘେରରେ ରାଇକଳାବାସୀ
21 January 2021
ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
21 January 2021
ଜି.ଉଦୟଗିରି: ମିନି ବସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା
21 January 2021