Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୪୭୬ ଡିସଚାର୍ଜ
  • ||
  • ଲଦାଖରେ ଭାରତ-ଚୀନ ମଧ୍ୟରେ ଉତ୍ତେଜନା କେବେ ସମାପ୍ତ ହେବ ? ଡ୍ରାଗନ ସହ ୧୨ତମ ବୈଠକ ଆସନ୍ତାକାଲି
  • ||
  • ବାଂଶପାଳ : ଗାଁରେ ପଶି ଘର ଭାଙ୍ଗିଲା ଦନ୍ତା, କାନ୍ଥ ପଡି ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ରାଉରକେଲା : ଅଲୋଡା ହେଲା ନବଜାତ ଶିଶୁପୁତ୍ର, ଡଷ୍ଟବିନ୍‌ରୁ ଉଦ୍ଧାର
  • ||
  • ରାଇରଙ୍ଗପୁର : ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ରାସ୍ତା କଡକୁ ଛିଟିକି ପଡିଲେ ୨ ଚାଳକ : ମେଡିକାଲରେ ହେଲା ମୃତ୍ୟୁ
  • ||
  • କଟକ : ଦୁଷ୍କର୍ମକାରୀଙ୍କୁ ୧୦ବର୍ଷ ଜେଲ୍‌ ସହ ୧୦ହଜାର ଜରିମନା : ପୀଡିତାଙ୍କୁ ଦେବେ ୨ଲକ୍ଷ ଟଙ୍କାର କ୍ଷତିପୂରଣ
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ OSSC ସଦସ୍ୟଙ୍କ ପିଏସ୍ : ଜବତ ହେଲାଣି ନଗଦ ଲକ୍ଷାଧିକ ଟଙ୍କା ସହ ଫ୍ଲାଟ୍ ଆଉ ପ୍ଲଟ୍
  • ||
  • ରାୟଗଡା : ଆନ୍ଧ୍ରପ୍ରଦେଶ ଚିଙ୍ଗୁଡି ବନ୍ଧରେ ଅଘଟଣ : ବିଦ୍ୟୁତ ଆଘାତରେ ୬ ଓଡିଆ ଶ୍ରମିକଙ୍କ ମୃତ୍ୟୁ
  • ||
  • ଭୁବନେଶ୍ବର : ବଦଳିଲା ନିୟମ : ୬୩,୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି, ରେସିଡେନ୍ସି ପିରିୟଡ୍ କମାଇଲେ ରାଜ୍ୟ ସରକାର
  • ||
  • ଭୁବନେଶ୍ବର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ : ୧ କେଜି ୪୮ ଗ୍ରାମ୍ ଧଳାଜହର ଜବତ, ଜଣେ ଗିରଫ
  • ||

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଡାକ୍ତର କରୋନା ପଜିଟିଭ , ୪୮ ଘଣ୍ଟା ପାଇଁ OPD ସେବା ବନ୍ଦ

8/08/2020 at 10:21 AM

ଭଦ୍ରକ ୦୮।୦୮: କରୋନା ସଂକ୍ରମଣ ଦିନକୁ ଦିନ ବଢିଚାଲିଛି । ଯାହାକୁ ଦୃଷ୍ଟିରେ ପ୍ରଶାସନ ଓ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି । ତେବେ ଏବେ ଚିହ୍ନଟ ହେଉଥିବା ସଂକ୍ରମିତଙ୍କ ମଧ୍ୟରୁ ଅନେକ କରୋନା ଯୋଦ୍ଧା ରହିଛନ୍ତି । ଏହିପ୍ରରିପେକ୍ଷୀରେ ଭଦ୍ରକ ଜିଲ୍ଲାରୁ ମୁଖ୍ୟ ଚିକିତ୍ସାଳୟରୁ ଜଣେ ଡାକ୍ତର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି । ଏହାପରେ  ୪୮ ଘଣ୍ଟା ପାଇଁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟର OPD ସେବା ରହିବ ବୋଲି ଘୋଷଣ କରାଯାଇଛି ।

ସୂଚନାଯୋଗ୍ୟ ଯେ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଜଣେ ଡାକ୍ତର କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏହାପରେ ୪୮ ଘଣ୍ଟା ପାଇଁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟର OPD ସେବା ରହିବା ପାଇଁ ମେଡିକାଲ କର୍ତୃପକ୍ଷଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । OPDରେ ସେବା ପାଉଥିବା ରୋଗୀମାନଙ୍କୁ ଆଶୁ ବିଭାଗ ଓ ସର୍ଜରୀ ବିଭାଗରେ ଦେଖାଯିବାର ବ୍ୟବସ୍ଥା ହୋଇଥିବା ସିଡିଏମଓ ସୂଚନା ଦେଇଛନ୍ତି । ପ୍ରଶାସନ ପକ୍ଷରୁ OPDକୁ ସମ୍ପୂର୍ଣ୍ଣ ଭାବେ ବିଶୋଧନ କରାଯିବା ପରେ ପୂର୍ବପରି ରୋଗୀ ମାନଙ୍କୁ ସେବା ପ୍ରଦାନ କରାଯିବ । ବର୍ତ୍ତମାନ ପର୍ଯ୍ୟନ୍ତ ଭଦ୍ରକରେ ୮୫୫ ଆକ୍ରାନ୍ତ ଚି଼ହ୍ନଟ ହୋଇଥିବା ବେଳେ ୪ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

   Related Posts