ବୁଧବାର ୯ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ, ଶିମିଳିପାଳରେ ନିଆଁ ଲିଭାଇବାରେ ବିଫଳତା ନେଇ ବନ୍ଦ ଡାକରା ଦେଲା ଭଞ୍ଜସେନା

Published By : Prameya-News7 Bureau | March 09, 2021 IST

କରଞ୍ଜିଆ ୯।୩: ଆସନ୍ତାକାଲି ୯ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ । ଭଞ୍ଜସେନା ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ଶିମିଳିପାଳ ଜାତୀୟ ଉଦ୍ୟାନରେ ନିଆଁ ଲିଭାଇବାରେ ବିଫଳତାକୁ ନେଇ ବନ୍ଦ ଡାକରା ଦେଇଛି ଭଞ୍ଜସେନା ।

ତେବେ ବୁଧବାର ସକାଳ ୬ଟାରୁ ସନ୍ଧ୍ୟା ୩ଟା ପର୍ଯ୍ୟନ୍ତ ଦୋକାନ ବଜାର ବନ୍ଦ ରହିବ । ଏହି ବନ୍ଦରୁ ସମସ୍ତ ଜରୁରୀକାଳୀନ ସେବାଗୁଡିକୁ ବାଦ ଦିଆଯାଇଛି ।

ଶିମିଳିପାଳ ଜଙ୍ଗଲରେ ଲାଗିଥିବା ନିଆଁ ଲିଭିବାର ନାଁ ଧରୁନି । ମଙ୍ଗଳବାର ଶିମିଳିପାଳ ଉତ୍ତର ଜୋନରେ ଥିବା ୬ଟି ରେଞ୍ଜର ୧୨ଗୋଟି ବିଟ୍ ଅଞ୍ଚଳରେ ୯୩ଟି ସ୍ଥାନରେ ନିଆଁ ଲାଗିଥିବା ନେଇ ସାଟେଲାଇଟ୍ ରିପୋର୍ଟରୁ ସୂଚନା ମିଳିଛି ।

ସେଥି ମଧ୍ୟରୁ ବରେହିପାଣି ରେଞ୍ଜରେ ୩ଟି ବିଟ୍, ଗୁଡୁଗୁଡ଼ିଆ ରେଞ୍ଜରେ ୩ଟି, ତାଲବନ୍ଧ ରେଞ୍ଜରେ ୨ଟି, କେନ୍ଦୁମୁଣ୍ଡି ରେଞ୍ଜରେ ୨ଟି, ଚହଲା ଓ ନଅଣା ରେଞ୍ଜରେ ଗୋଟିଏ ଲେଖାଏଁ ବିଟ୍ ଅଞ୍ଚଳରେ ସମୁଦାୟ ୯୩ଟି ସ୍ଥାନରେ ନିଆଁ ଲାଗିଥିବା ନେଇ ସୂଚନା ମିଳିଛି ।

ଶିମିଳିପାଳରେ ଲାଗିଥିବା ନିଆଁ ଲିଭାଇବା ପାଇଁ ବନ ବିଭାଗ ସହ ଅଗ୍ନିଶମ ବିଭାଗର ୪ଟି ଟିମ୍ ଜଙ୍ଗଲ ଭିତରକୁ ପ୍ରବେଶ କରିଛି । ମଙ୍ଗଳବାର ବାଲେଶ୍ବରରୁ ଗୋଟିଏ ୨୬ ଜଣିଆ ଓଡ୍ରାଫ୍ ଟିମ୍ ମଧ୍ୟ ନିୟୋଜିତ ହୋଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.