Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ୧୬ଟି ଜିଲ୍ଲାରେ ହେବ ଆରଟି ପିସିଆର ଲ୍ୟାବ୍, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
  • ||
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ଚଳିତ ବର୍ଷ ଭୁବନେଶ୍ବରରେ ହେବନାହିଁ ବାଲିଯାତ୍ରା, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

9/11/2020 at 4:45 PM

ଭୁବନେଶ୍ବର ୯।୧୧: କରୋନା ପାଇଁ ବାଲିଯାତ୍ରା ଉପରେ କଟକଣା। ଚଳିତ ବର୍ଷ ଭୁବନେଶ୍ବରରେ ବାଲିଯାତ୍ରା ହେବ ନାହିଁ । କୋଭିଡ୍ ସ୍ଥିତିକୁ ଦୃଷ୍ଟିରେ ରଖି ନେଇ ଏଭଳି ନିଷ୍ପତ୍ତି ନିଆଯାଇଛି । ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏ ନେଇ ଆଲୋଚନା କରାଯାଇଥିଲା । ବୈଠକ ପରେ ବାଲିଯାତ୍ରା ନେଇ ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ ସୂଚନା ଦେଇଛନ୍ତି । ଅନୁଷ୍ଠିତ ବୈଠକରେ ବାଲିଯାତ୍ରା କମିଟିର ସଦସ୍ୟମାନେ ଉପସ୍ଥିତ ଥିଲେ।

ପୂର୍ବରୁ କରୋନା ପାଇଁ କଟକ ବାଲିଯାତ୍ରା ଉପରେ କଟକଣା ଲଗାଯାଇଥିଲା । ଚଳିତ ବର୍ଷ କଟକରେ ହେବ ନାହିଁ ପ୍ରସିଦ୍ଧ ବାଲିଯାତ୍ରା। କୋଭିଡ୍ ସ୍ଥିତିକୁ ନେଇ ଜିଲ୍ଲା ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଥିଲା । ସାମୁହିକ ବୋଇତ ବନ୍ଦାଣ ଉତ୍ସବ ଉପରେ ମଧ୍ୟ ବାରଣ କରାଯାଇଛି ।

ସୂଚନାଯୋଗ୍ୟ ଯେ, କଟକ ଭଳି ଭୁବନେଶ୍ବରରେ ପ୍ରତିବର୍ଷ ବାଲିଯାତ୍ରା ବଡ଼ ଧୁମ୍‌ ଧାମ୍‌ରେ ପାଳିତ ହୋଇଥାଏ । ହଜାର ହଜାର ଲୋକଙ୍କ ଭିଡ଼ ଜମିଥାଏ । ମାତ୍ର କରୋନା ପାଇଁ ଏଥର ବାଲିଯାତ୍ରା ଉପରେ କଟକଣା ଜାରି କରାଯାଇଛି।

   Related Posts