ଭୁବନେଶ୍ବର କୋର୍ଟ ପରିସର ୭ଦିନ ସିଲ୍, କରୋନା ପଜିଟିଭ୍ ଚିହ୍ନଟ ପରେ ପଦକ୍ଷେପ

Published By : Prameya-News7 Bureau | April 29, 2021 IST

ଭୁବନେଶ୍ବର ୨୯।୪: ରାଜ୍ୟରେ ବଢୁଛି କରୋନା ସଂକ୍ରମଣ । ଦିନକୁ ଦିନ ପଜିଟିଭ୍ ଙ୍କ ସଂଖ୍ୟା ବଢିବାରେ ଲାଗିଛି । ଭୁବନେଶ୍ବର କୋର୍ଟରୁ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ୭ ଦିନ ପାଇଁ ସିଲ୍‌ ହେଲା କୋର୍ଟ । ଅପ୍ରେଲ ୨୯ ତାରିଖରୁ ମେ’ ୫ ତାରିଖ ପର୍ଯ୍ୟନ୍ତ ଜୁଡିସିଆଲ କମ୍ପ୍ଲେକ୍ସକୁ ସିଲ୍‌ କରିଦିଆଯାଇଛି । କରୋନା ପଜିଟିଭି ଚିହ୍ନଟ ହେବା ପରେ ବିଏମ୍‌ସି ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି ।

{"align":"center","id":445864,"sizeSlug":"large","linkDestination":"none"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୩୫୫୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୭୭୧୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୭୫୭୨୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୨୦୨୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୦୦୪୧୨୦୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.