ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ବାର୍ଷିକ ରିପୋର୍ଟ କାର୍ଡ ପ୍ରଦାନ କଲେ ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ

Published By : Prameya-News7 Bureau | July 23, 2020 IST

ନୂଆଦିଲ୍ଲୀ ୨୩।୭: ନୂଆଦିଲ୍ଲୀଠାରେ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ସାକ୍ଷାତ କରି ବାର୍ଷିକ ରିପୋର୍ଟ କାର୍ଡ ପ୍ରଦାନ କରିଛନ୍ତି ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ । ଏହି ଅବସରରେ ଭୁବନେଶ୍ବର ଲୋକସଭା କ୍ଷେତ୍ର ଏବଂ ଓଡିଶା ରାଜ୍ୟ ରାଜନୀତିର ବିଭିନ୍ନ ବିଷୟ ସମ୍ବନ୍ଧରେ ସାଧାରଣ ଆଲୋଚନା ହୋଇଥିଲା ।

ଆଗାମୀ ଦିନରେ ପ୍ରତ୍ୟେକ ବର୍ଷ ବାର୍ଷିକ ରିପୋର୍ଟ କାର୍ଡ ପ୍ରସ୍ତୁତ କରାଯିବ ବୋଲି ସାଂସଦ କହିବା ସହ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ଆଶୀର୍ବାଦ ଏବଂ ମାର୍ଗଦର୍ଶନ କାମନା କରିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.