ନୟାପଲ୍ଲୀ ଅଞ୍ଚଳରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ

Published By : Prameya-News7 Bureau | February 27, 2021 IST

ଭୁବନେଶ୍ୱର ୨୭।୦୨: ରାଜଧାନୀର ନୟାପଲ୍ଲୀ ଅଞ୍ଚଳରେ ଅଗ୍ନିକାଣ୍ଡ । ଘରେ ନିଆଁ ଲାଗି ପୋଡିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛି । ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ ।

ଖବର ଅନୁଯାୟୀ, ଭୁବନେଶ୍ୱରର ନୟାପଲ୍ଲୀ ଏନ୍‌୫, ୧୭୩ ଅଞ୍ଚଳରେ ଥିବା ଏକ ନିଆଁ ଲାଗିଯାଇଥିଲା । ଯାହାଫଳରେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା । ଅଗ୍ନିଶମ ବାହିନୀ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ କରୁଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି ।

ସେହିପରି ଅଗ୍ନିକାଣ୍ଡରେ  ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଥିବା ସୂଚନା ରହିଛି । ଅଗ୍ନିକାଣ୍ଡର ମାତ୍ର ଏତେ ଅଧିକ ଥିଲା ଯେ, ଘରର କାନ୍ଥ ପାଟିଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.