ସିଲ୍ ହେଲା ଭୁବନେଶ୍ବର ତହସିଲ୍ ଓ ଉପଜିଲ୍ଲାପାଳ ଅଫିସ୍, କରୋନା ପଜିଟିଭ୍ ସଂଖ୍ୟା ବଢିବାରୁ ପଦକ୍ଷେପ

Published By : Prameya-News7 Bureau | September 17, 2021 IST

ଭୁବନେଶ୍ବର ୧୭।୯: ସିଲ୍ ହେଲା ଭୁବନେଶ୍ବର ତହସିଲ୍ ଅଫିସ୍ । ଲାଗାତାର ଭାବେ ତହସିଲ୍ ଅଫିସ୍ ରୁ କରୋନା ସଂକ୍ରମିତ ଚିହ୍ନଟ ହେଉଥିବାରୁ ଏଭଳି ପଦକ୍ଷେପ ନିଆଯାଇଛି । ଏହାସହ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ମଧ୍ୟ ସିଲ୍ ହୋଇଛି । ଏଠାରୁ ମଧ୍ୟ କରୋନା ପଜିଟିଭ୍ ଚିହ୍ନଟ ହେଉଥିବାରୁ ପଦକ୍ଷେପ ନିଆଯାଇଛି ।

ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ଏହି ଦୁଇ ଅଫିସକୁ ସିଲ୍ କରିଛି ବିଏମ୍‌ସି । ଏହି ସମୟ ମଧ୍ୟରେ କୌଣିସ ବ୍ୟକ୍ତି ଏହି ଅଫିସ୍ ମଧ୍ୟକୁ ଯାଇପାରିବେ ନାହିଁ । ବର୍ତ୍ତମାନ ଉପଜିଲ୍ଲାପାଳଙ୍କ ଅଫିସର ୪ ଜଣ, ତହସିଲ ଅଫିସର ୩ ଜଣ ଷ୍ଟାଫ୍ କରୋନା ପଜିଟିଭ୍ ଚିହ୍ନଟ ।

{"id":512878,"sizeSlug":"large","linkDestination":"none"}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.