Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||
  • ବଡବିଲ : ହାତୀ ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ, ଆତଙ୍କ ଖେଳାଇଛନ୍ତି ୧୧ଟିକିଆ ହାତୀ ପଲ
  • ||
  • ଓ୍ବାଶିଂଟନ୍ : ‘ପିଜ୍ଜା ହଟ୍’ର ଶୁଭାରମ୍ଭ କରିଥିବା ଫ୍ରାଙ୍କ୍ କାର୍ନିଙ୍କ ପରଲୋକ
  • ||
  • ବଲାଙ୍ଗୀର : ଭିଜିଲାନ୍ସ ପଞ୍ଝାରେ ରେଞ୍ଜର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ଭୁବନେଶ୍ବର : ଅଫଲାଇନ୍‌ରେ ହେବ ମାଟ୍ରିକ୍ ଏବଂ ଯୁକ୍ତ ୨ ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ
  • ||

ବିହାର ଉପ-ମୁଖ୍ୟମନ୍ତ୍ରୀ ସୁଶୀଲ ମୋଦିଙ୍କୁ କରୋନା

22/10/2020 at 3:18 PM

ନୂଆଦିଲ୍ଲୀ ୨୨/୧୦: ବିହାର ଉପ-ମୁଖ୍ୟମନ୍ତ୍ରୀ ସୁଶୀଲ କୁମାର ମୋଦି କରୋନା ଭାଇରସରେ ସଂକ୍ରମିତ। ତାଙ୍କର କରୋନା ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ପାଟନା ଏମ୍ସ ହସପିଟାଲରେ ଭର୍ତି କରାଯାଇଛି। ଏବେ ସେଠାରେ ତାଙ୍କର ଚିକିତ୍ସା ଚାଲିଛି। ଖୋଦ୍ ସୁଶୀଲ ଟ୍ବିଟ୍ କରି ଏହି ସୂଚନା ଦେଇଛନ୍ତି।

ସେ ଟ୍ବିଟ୍ କରି ଲେଖିଛନ୍ତି ‘ମୋର କରୋନା ରିପୋର୍ଟ ପଜିଟିଭ ଆସିଛି। ସ୍ବାସ୍ଥ୍ୟ ଅବସ୍ଥା ଠିକ୍ ଅଛି। ଦୁଇ ଦିନ ହେବ ଜ୍ବର ହେବାରୁ ପାଟନା ଏମ୍ସରେ ଭର୍ତି ହେଲି। ଫୁସଫୁସ ସିଟି ସ୍କାନ ରିପୋର୍ଟ ମଧ୍ୟ ନର୍ମାଲ ଅଛି। ଆଶା କରୁଛି ଖୁବଶୀଘ୍ର ନିର୍ବାଚନ ପ୍ରଚାରକୁ ଫେରିବି।’

ବିହାରରେ ଏବେ ବିଧାନସଭା ନିର୍ବାଚନୀ ପ୍ରଚାର ଜୋରଦାର ଆରମ୍ଭ ହୋଇଯାଇଛି। ଏହା ସହ ସୁଶୀଲ ମଧ୍ୟ ବିଜେପି ପ୍ରଚାରକ ଭାବେ କ୍ରମାଗତ ରାଲି କରୁଥିଲେ। ଏହାରି ଭିତରେ ବିଜେପିର କିଛି ବରିଷ୍ଠ ନେତା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ବିହାରରେ ଅକ୍ଟୋବର ୨୮ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ।

   Related Posts