Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||
  • ଚଣ୍ଡିଖୋଲ : ଗୋଷ୍ଠୀ ସଂଘର୍ଷର ସମାଧାନ ପାଇଁ ଯାଇଥିବା ପୋଲିସକୁ ବାନ୍ଧିଲେ ଏବଂ ୨ଟି ଜିପ୍ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ
  • ||

ବିଜୟ କେତନ ପୁଣି ନିରାଶ, ମିଳିଲାନି ଜାମିନ

13/01/2020 at 7:54 PM

ଭୁବନେଶ୍ବର ୧୩।୦୧: IAS ବିଜୟ କେତନ ଉପାଧ୍ୟାୟଙ୍କ ଜାମିନ ଆବେଦନ ଖାରଜ । ଜାମିନ ଖାରଜ କଲେ ଭୁବନେଶ୍ବର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ । ତେବେ ଭୁବନେଶ୍ବର ସ୍ଥିତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ଜାମିନ ଖାରଜ ହେବା ପରେ ଏବେ ବିଜୟ କେତନ ହାଇକୋର୍ଟର ଦ୍ବାରସ୍ଥ ହେବେ ବୋଲି ଜଣାପଡିଛି ।

ସୂଚନା ଯୋଗ୍ୟ ୨୦୦୯ ବ୍ୟାଚ୍‌ର ଆଇଏଏସ ବିଜୟ କେତନ ଉପାଧ୍ୟାୟ ଲକ୍ଷେ ଟଙ୍କା ଲାଞ୍ଚ ନେବାବେଳେ ତାଙ୍କୁ ଭିଜିଲାନ୍ସ ଟିମ୍ ଧରିଥିଲା । ଉଦ୍ୟାନ କୃଷି ବିଭାଗର ନିର୍ଦ୍ଦେଶକ ଥିବା ବିଜୟ କେତନ ଏକ ବିଲ୍ ପାସ୍ କରିବା ପାଇଁ ଲାଞ୍ଚ ନେଉଥିଲେ ବୋଲି ଅଭିଯୋଗ ହୋଇଥିଲା । ଭିଜିଲାନ୍ସ ଟିମ୍ ତାଙ୍କୁ ଲାଞ୍ଚ ନେବାବେଳେ ଧରିବା ସହ ତଦନ୍ତ ଜାରି ରଖିଛି।ଭିଜିଲାନ୍ସ ଦ୍ବାରା ଗିରଫ ହେବା ପରେ ବିଜୟଙ୍କୁ ଚାକିରିରୁ ସସ୍‌ପେଣ୍ଡ କରାଯାଇଥିଲା । ସ୍ବଚ୍ଛତା ନୀତି ଅବଲମ୍ବନ କରାଯିବା ସହ କୌଣସି ଦୁର୍ନୀତଗ୍ରସ୍ତ ଅଧିକାରୀଙ୍କୁ ଛଡା ଯିବନି ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଥିଲା ।

ବିଜୟଙ୍କ ବାଲେଶ୍ବର ବାସଭବନ ଓ ଅଫିସରେ ଏକକାଳୀନ ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଇଥିଲା । ଏହାସହିତ ମଧ୍ୟ ଶଶୁର ଘର ଓ ଭାଇଙ୍କ ଘରେ ମଧ୍ୟ ଚଢାଉ କରିଥିଲା ଭିଜିଲାନ୍ସ । ମୋ ସରକାର ଅଧିନରେ ଆସିଥିବା ମତାମତ ଆଧାରରେ ପଦକ୍ଷେପ ନିଆଯାଇଥିଲା । ଅଭିଯୋଗ ଆସିବା ପରେ ଦୀର୍ଘ ଦିନ ଧରି ବିଜୟ କେତନଙ୍କ ଉପରେ ନଜର ରଖିଥିଲା ଭିଜିଲାନ୍ସ । ଶେଷରେ ଲକ୍ଷେ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ ବିଜୟ କେତନ ।

   Related Posts