Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ଆରପାରିରେ ‘ବିଜୟ’, ସତ୍ୟନଗର ଶ୍ମସାନରେ ହେବ ଅନ୍ତିମ ସଂସ୍କାର

21/07/2020 at 8:14 AM

ଭୁବନେଶ୍ୱର ୨୧।୦୭: ଆରପାରିରେ ବର୍ଷିୟାନ ଅଭିନେତା ବିଜୟ ମହାନ୍ତି । ୭୦ ବର୍ଷ ବୟସରେ ଚିକିତ୍ସାଧିନ ଅବସ୍ଥାରେ ଗତକାଲି ତାଙ୍କର ଦେହାନ୍ତ ହୋଇଯାଇଛି । ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ପୁଣି ଥରେ କେୟାର ହସ୍ପିଟାଲରେ  ଭର୍ତ୍ତି  କରାଯାଇଥିଲା । ସେଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ।

ଗତ ମେ ମାସରେ ଛାତିରେ ଯନ୍ତ୍ରଣା କାରଣରୁ ବିଜୟ ମହାନ୍ତିଙ୍କୁ ହାଇଦ୍ରାବାଦର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ଚିକିତ୍ସା କରାଯାଉଥିଲା । ଜୁନ୍ ୧୪ରେ ହାଇଦ୍ରାବାଦରୁ ଭୁବନେଶ୍ୱର ଫେରି କେୟାର ହସ୍ପିଟାଲରେ ଚିକିତ୍ସା ହେଉଥିଲେ ବିଜୟ । ଆଜି ଡାକ୍ତରଖାନାରୁ ବିଜୟଙ୍କ ମରଶରୀର ତାଙ୍କ ବାସ ଭବନକୁ ନିଆଯିବ । ସେଠାରୁ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ନିଆଯିବ ଶେଷ ଦର୍ଶନ ପାଇଁ । ଶେଷ ଦର୍ଶନ ପରେ ସତ୍ୟ ନଗର ସ୍ମସାନରେ ରାଷ୍ଟ୍ରୀୟ ମର୍ଯ୍ୟଦାର ସହ ଅନ୍ତିମ ସଂସ୍କାର କରାଯିବ ।

ଅଭିନେତା ବିଜୟ ମହାନ୍ତିଙ୍କ ବିୟୋଗରେ ଓଡ଼ିଶାରେ ଶୋକର ଛାୟା ଖେଳିଯାଇଛି । ସିନେ ତାରକାଙ୍କଠାରୁ ଆରମ୍ଭ କରି ରାଜନେତାଙ୍କ ପର୍ଯ୍ୟନ୍ତ ଅନେକ ବିଶିଷ୍ଟ ବ୍ୟକ୍ତି ଟ୍ବିଟ୍ କରି ଶୋକବ୍ୟକ୍ତ କରିଛନ୍ତି । ବର୍ଷୀୟାନ ଅଭିନେତା ବିଜୟ ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍ କରିଛନ୍ତି । ଓଡ଼ିଆ କଳା ଜଗତରେ ସେ ଛାଡିଯାଇଥିବା ଅଭିନୟର ଛାପ ତାଙ୍କୁ ଅଗଣିତ କଳାପ୍ରେମୀଙ୍କ ହୃଦୟରେ ସର୍ବଦା ସ୍ମରଣୀୟ କରି ରଖିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି । ଖ୍ୟାତିସମ୍ପନ୍ନ ଅଭିନେତା ବିଜୟ ମହାନ୍ତିଙ୍କ ବିୟୋଗରେ ମୁଁ ଗଭୀର ମର୍ମାହତ ବୋଲି କହିଛନ୍ତି କେନ୍ଦ୍ର ତୈଳ, ପ୍ରାକୃତିକ ବାସ୍ପ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତାଙ୍କ ମୃତ୍ୟୁରେ ଓଡ଼ିଶା ସିନେ ଜଗତରେ ଏକ ଯୁଗର ଅନ୍ତ ଘଟିଲା । ବର୍ଷିୟାନ ଅଭିନେତା, ନିର୍ଦ୍ଦେଶକ ଓ ନାଟ୍ୟକାର ବିଜୟ ମହାନ୍ତିଙ୍କ ବିୟୋରେ ମୁଁ ଅତ୍ୟନ୍ତ ଦୁଃଖିତ ଏବଂ ମର୍ମାହତ । ତାଙ୍କ ଅନୁପସ୍ଥିତ ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ଟୁଇଟ୍ କରିଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟ ସଂପନ୍ନ ହେବ ।

   Related Posts