ବାହାରେ ଅଯଥାରେ ଗହଳି କରନ୍ତୁ ନାହିଁ, ଭିଡ ନିୟନ୍ତ୍ରଣ ପାଇଁ ହୋଇଛି ଆକ୍ସନ ପ୍ଲାନ୍

Published By : Prameya-News7 Bureau | October 11, 2021 IST

ଭୁବନେଶ୍ୱର ୧୧।୧୦ : ରାଜଧାନୀରେ ବଢୁଥିବା ସଂକ୍ରମଣକୁ ନେଇ ଚିନ୍ତା ପ୍ରକଟ କଲା ସ୍ୱାସ୍ଥ୍ୟ ବିଭାଗ । ରାଜ୍ୟରେ ଚିହ୍ନଟ ହେଉଥିବା ଦୈନିକ ସଂକ୍ରମଣର ୪୦ ପ୍ରତିଶତ କେବଳ ଭୁବନେଶ୍ୱରରୁ ଆସୁଥିବା କହିଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ପାର୍ବଣ ସମୟରେ ଗହଳି ନ କରିବା ପାଇଁ ଆମେ ଲୋକମାନଙ୍କୁ ସଚେତନ କରାଇବା ସତେ ହାଟ ଓ ବଜାରରେ ପ୍ରବଳ ଭିଡ ଦେଖିବାକୁ ମିଳୁଛି । ଏହା ଦ୍ୱାରା ପୁଣି ଥରେ ସଂକ୍ରମଣ ବଢିବାର ସମ୍ଭାବନା ଦେଖାଯାଉଛି । ଗତକାଲି ଭୁବନେଶ୍ୱରରେ ସଂକ୍ରମଣ ଉପର ମୁହାଁ ହୋଇଥିବାର ନଜିର ସାମ୍ନାକୁ ଆସିଛି । ମାତ୍ର ଏପରି ସ୍ଥିତିରେ ଲୋକମାନେ ସଚେତନ ହେଉନଥିବାରୁ ଆମେ କମିଶନରେଟ ପୋଲିସକୁ କଟକଣା ବଢ଼ାଇବା ପାଇଁ କୁହାଯାଇଛି । କିପରି ଲୋକମାନେ ବାହାରେ ଗହଳି ନକରିବେ, ଭିଡ଼କୁ ରୋକି ହେବ ସେ ନେଇ ପ୍ଲାନ କରିବାକୁ ଆମେ ନିର୍ଦେଶ ଦେଇଛୁ । ଏହା ବାଦ ଆମେ ଲୋକମାନଙ୍କୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିବେଦନ କରୁଛୁ ସମସ୍ତେ ସଚେତନ ହୁଅନ୍ତୁ । ବାହାରେ ଅଯଥା ଗହଳି କରନ୍ତୁ ନାହିଁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.