ଭଲ ଖବର : ଖସୁଛି କରୋନା ଗ୍ରାଫ୍‌, ତଥାପି ସଚେତନ ରହିବାକୁ ପଡିବ...

Published By : Prameya-News7 Bureau | September 23, 2021 IST

ଭୁବନେଶ୍ୱର ୨୩।୦୯: ବହୁ ପୂର୍ବରୁ ପଞ୍ଚବ୍ୟାଧି ଚିକିତ୍ସା ଲାଗି ଫାର୍ମାସିଷ୍ଟମାନଙ୍କୁ ଟ୍ରେନିଂ ଦିଆଯାଇଥିଲା। ଯେଉଁଠି ଡାକ୍ତର ନଥିଲା, ସେଠାରେ ଔଷଧ ସୁପାରିଶ କରିବା ପାଇଁ ଫାର୍ମାସିଷ୍ଟମାନଙ୍କୁ କୁହାଯାଇଥିଲା। ସେତେବେଳେ ଗୋଟିଏ ରୋଗ ପାଇଁ ଦୁଇଟି ଔଷଧ ଥିଲା, ଏବେ ତିନୋଟି ଔଷଧ ଆସିଛି। ଡ୍ରଗ କଣ୍ଟ୍ରୋଲରଙ୍କ ପରାମର୍ଶ ନେଇ ଏହି ସଂଖ୍ୟା ବଢ଼ାଗଲା ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକଡାକ୍ତର ବିଜୟ ମହାପାତ୍ର।

ସେ ଆହୁରି ମଧ୍ୟ କହିଛନ୍ତି ଯେ, କରୋନା ସଂକ୍ରମଣ ଗ୍ରାଫ୍‌ ଖସୁଛି ବୋଲି WHO କହିସାରିଛି । ଯାହା କି ଭଲ ଖବର। ହେଲେ ସଚେତନ ରହିବାକୁ ଏବେ ବି ଆହ୍ୱାନ ରହିଛି। ଲହରୀ କେଉଁଠି କଣ ଆସିଲା, ତାହାର କିଛି ଅର୍ଥ ନାହିଁ। ଆମ ରାଜ୍ୟର ସ୍ଥିତି ଦେଖି ତୃତୀୟ ଲହରୀ କଥା ସମୀକ୍ଷା କରିବା।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଏବେ କରୋନା ସଂକ୍ରମଣ ଗ୍ରାଫ୍‌ ୧ହଜାର ତଳେ ରହୁଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୬୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୭ଜଣ କରୋନାରେ ଆଖିବୁଜିଛନ୍ତି । ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୨୫୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୭୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୮୬୭୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୫୧୭୮୪୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.