Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍, ଆଗାମୀ ୧୦ଦିନରେ ଆହୁରି କମିଯିବ ସଂକ୍ରମଣ

7/06/2021 at 12:13 PM

ଭୁବନେଶ୍ୱର ୦୭।୦୬: ରାଜ୍ୟରେ କମୁଛି ସଂକ୍ରମଣ । ଆଶା କରୁଛୁ ଆଗାମୀ ସପ୍ତାହ କିମ୍ବା ଦଶ ଦିନ ଭିତରେ ଆହୁରି କମିଯିବ ବୋଲି ଏହି ଟ୍ରେଣ୍ଡ ଦର୍ଶାଉଛି । ଯାହାକି ରାଜ୍ୟ ପାଇଁ ଶୁଭ ଖବର ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି ।  

ସେହିପରି ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଯେହେତୁ ୬୦ ପ୍ରତିଶତ ଲୋକ ଏବେ ମଧ୍ୟ ଗୁରୁତର ହୋଇ ଆଇସିୟୁରେ ଅଛନ୍ତି। ତେଣୁ ମୃତ୍ୟୁ ସଂଖ୍ୟା ମଧ୍ୟ ଅଧିକ ଅଛି । ବର୍ତ୍ତମାନ ଟୀକାକରଣରେ ଦ୍ଵିତୀୟ ଡୋଜକୁ ଗୁରୁତ୍ୱ ଦିଆଯାଉଛି । ୧୮ ରୁ ୪୪ ବର୍ଷର ଯେଉଁମାନେ ପ୍ରଥମ ଡୋଜ ନେଇ ଦ୍ଵିତୀୟ ଡୋଜ ଅପେକ୍ଷାରେ ଅଛନ୍ତି । ସେମାନଙ୍କୁ ପ୍ରାଧାନ୍ୟ ଦିଆଯାଉଛି । ୨୨ଟି ଜିଲ୍ଲା ମୁଖ୍ୟାଳୟରେ ଟିକା ଦେବା ପାଇଁ ବ୍ୟବସ୍ଥା କରାଯାଇଛି । ଯେତେ ଟିକା ରାଜ୍ୟକୁ ମିଳିବ ସେହି ଅନୁସାରେ ଆଗାମୀ ପ୍ଲାନ କରାଯାଉଛି । କୋଭିଡ ମେଡ଼ିସିନ ପାଇଁ ଜାତୀୟ ଟାସ୍କ ଫୋର୍ସ ଯାହା ଅନୁମୋଦନ କରୁଛନ୍ତି । ଆମେ ମଧ୍ୟ ତାହା ବ୍ୟବହାର କରୁଛୁ । ତେଣୁ ଯଦି ଅକ୍ସିଜେନ, ପାରାସିଟାମଲ ଓ ଷ୍ଟେରଏଡ଼ ଉପରେ ଗୁରୁତ୍ୱ ଦିଆଯାଉଛି ।ଆମେ ମଧ୍ୟ ତର୍ଜମା କରି ସେହି ଔଷଧ ବ୍ୟବହାର କରିବୁ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଗତ ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୧୯୨୧୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୫୩ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୬୬୫ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୪୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଛି ।

   Related Posts