Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ରାଜ୍ୟରେ ୧୦ ପ୍ରତିଶତ ରହିଛି ସଂକ୍ରମଣ ହାର, ଧୀରେ ଧୀରେ କୋହଳ ହୋଇପାରେ ଲକ୍‌ଡାଉନ୍

5/06/2021 at 1:35 PM

 ଭୁବନେଶ୍ୱର ୦୫।୦୬: ଗ୍ଲୋବାଲ ଟେଣ୍ଡରରେ ୨ଟି କମ୍ପାନୀ ଆସିଥିଲେ । ସେମାନଙ୍କର ଡକୁମେଣ୍ଟ ଭେରିଫିକେସନ ଚାଲିଛି । କମ୍ପାନୀ ମାନେ ସିଧା ସଳଖ ଆସନ୍ତି ନାହିଁ । ଏଜେନ୍ସି ଜରିଆରେ ଆସନ୍ତି । ୨ଟି ଏଜେନ୍ସି ଆବେଦନ କରିଛନ୍ତି । ହେଲେ ଯେ ପର୍ଯ୍ୟନ୍ତ ଟେକନିକାଲ କ୍ଲିଅରାନ୍ସ ଆସିନାହିଁ । ତେଣୁ କହି ହେବ ନାହିଁ ସଫଳ ହେବ କି ନାହିଁ । ସେହିପରି ବର୍ତ୍ତମାନ ୧୦ ପ୍ରତିଶତ ପାଖାପାଖି ଅଛି ସଂକ୍ରମଣ ହାର । ତେଣୁ ଯଦି ଆଗକୁ ଏହି ଧାରା ଜାରି ରୁହେ, ତେବେ ଗ୍ରାଜୁଆଲି ଲକଡାଉନ କୋହଳ କରାଯିବ ବୋଲି ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ।

ସେପଟେ ରାଜ୍ୟରେ ଲଗାତର ଗତ କିଛି ଦିନ ହେଲା ଦୈନିକ ସଂକ୍ରମଣ ହାର ୧୦ହଜାର ତଳେ ରହୁଛି । ଯାହାକି ଏକ ଶୁଭ ସଂଙ୍କେତ । ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାରେ ନାଁ ଧରୁନି ।

ସୂଚନାଯୋଗ୍ୟ ଯେ ଗତ ୨୪ ଘଣ୍ଟା ମଧ୍ୟରେ ୭୩୯୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୦୬୦୯୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୧୬୯ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୨୨୬ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

   Related Posts