Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ଝାରସୁଗୁଡା ବାସୀଙ୍କୁ ଦିଆଯିବ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟକାର୍ଡ, ଭର୍ଚୁଆଲରେ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

15/11/2021 at 8:55 AM

ଝାରସୁଗୁଡା ୧୫/୧୧: ଝାରସୁଗୁଡା ଜିଲ୍ଲାରେ ଆଜି ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିନ ୧୧ଟାରେ ଭର୍ଚୁଆଲ ମୋଡ଼ରେ ଝାରସୁଗୁଡା ଇଂଜିନିୟରିଂ ସ୍କୁଲ ଅଡିଟୋରିୟମରେ ଆୟୋଜିତ ଉତ୍ସବକୁ ସମ୍ବୋଧିତ କରିବା ସହ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ।

ଏହାସହ ୧୪୪ କୋଟି ଟଙ୍କା ବ୍ୟୟରେ ନିର୍ମିତ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ୧୬୮କୋଟି ଟଙ୍କାରେ ହେବାକୁ ଥିବା ନୂତନ ପ୍ରକଳ୍ପର ଶିଳାନ୍ୟାସ କଟିବେ । ଝାରସୁଗୁଡାରେ ଆୟୋଜିତ ସମାରୋହରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବଦାସ, ବ୍ରଜରାଜ ନଗର ବିଧାୟକ କିଶୋର ମହାନ୍ତି ଉପସ୍ଥିତ ରହି ୧୦ ଜଣ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ପ୍ରଦାନ କରିବେ ।

ଏହାପରେ ଝାରସୁଗୁଡା ଜିଲ୍ଲାରେ ୧ଲକ୍ଷ ୧୫ହଜାର ୭୩୦ ଜଣଙ୍କୁ ସ୍ମାର୍ଟକାର୍ଡ ବଣ୍ଟନ ପାଇଁ ବିଭିନ୍ନ ପଞ୍ଚାୟତ ଓ ପୋୖରାଞ୍ଚଳରେ ପର୍ଯ୍ୟାୟ କ୍ରମେ ସ୍ମାର୍ଟକାର୍ଡ ବଣ୍ଟନ କରିବେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବଦାସ, ସାଂସଦ ସୁରେଶ ପୂଜାରୀ, ରାଜ୍ୟସଭା ସଦସ୍ୟ ସୁବାସ ସିଂ, ବିଧାୟକ କିଶୋର ମହାନ୍ତି । ବିଭିନ୍ନ ସ୍ଥାନରେ ମନ୍ତ୍ରୀଙ୍କ ଗାଡିକୁ ହେଉଥିବା ଅଣ୍ଡାମାଡ ଓ କଳାପତାକା ପ୍ରଦର୍ଶନକୁ ଦୃଷ୍ଟିରେ ରଖି ବ୍ୟାପକ ପୋଲିସ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

   Related Posts