Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହାଇଦର ଫେରାର ନେଇ ନୂଆ ଖୁଲାସା: ବୁର୍ଲା ମେଡିକାଲରୁ ରେଫର ହୋଇନି, ଆଉଟ୍‌ଡୋର କି ଇନଡୋର୍‌ରେ ନାହିଁ ଗ୍ୟାଙ୍ଗଷ୍ଟରର ନାଁ
  • ||
  • କରୋନା ସ୍ଥିତି ନସୁଧୁରିବା ଯାଏ ରେମଡେସିଭିର ରପ୍ତାନୀ ବନ୍ଦ
  • ||
  • ରାସନ୍ ଧରି ଫେରୁଥିଲେ, ଓଲଟି ଗଲା ଟ୍ରାକ୍ଟର ଡାଲା, ୨ ମୃତ
  • ||
  • ପୋଲିସର ଅପରେସନ୍ ହାଇଦର : ଚଢାଉ ଜୋରଦାର, ବିଭିନ୍ନ ସ୍ଥାନରେ ଲାଗିଲା ପୋଷ୍ଟର
  • ||
  • ମଙ୍ଗଳବାରଠୁ ଲଗାତାର ୬ ଦିନ ବନ୍ଦ ରହିବ ବ୍ୟାଙ୍କ: ସୋମବାର ସାରି ଦିଅନ୍ତୁ ବ୍ୟାଙ୍କ କାମ
  • ||
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||
  • ମାନିଲେନି କଟକଣା : ଭୁବନେଶ୍ୱର ୪ ନମ୍ୱର ମାର୍କେଟରେ ପୋଲିସର ଚଢାଉ, ଫାଇନ ଦେଲେ ଦୋକାନୀ
  • ||
  • ବଡ଼ବିଲ : ଅଗ୍ନିକାଣ୍ଡରେ ଜଳିଗଲା ୪ଟି ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
  • ||

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ, ପଞ୍ଚାୟତିରାଜ ଦିବସ ଭାବେ ପାଳନ କରୁଛି ଓଡିଶା

5/03/2021 at 7:52 AM

ଭୁବନେଶ୍ୱର, ୦୫|୦୩:  ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ୧୦୫ ତମ ଜନ୍ମ ବାର୍ଷିକ। ବିଜୁ ଜୟନ୍ତୀକୁ ରାଜ୍ୟ ସରକାର ପଞ୍ଚାୟତିରାଜ ଦିବସ ଭାବେ ପାଳନ କରୁଛନ୍ତି। ବିଜୁ ଜୟନ୍ତୀ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେଉଛି । କଟକ ଆନନ୍ଦଭବନରୁ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରେ ସାଇକେଲ୍ ରାଲି ପହଞ୍ଚିବ।

କଟକ ଯୋବ୍ରାରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ସାଇକେଲ ରାଲି ବାହାରିଛି । ଭୁବନେଶ୍ବର ବିମାନବନ୍ଦରରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ସାଇକେଲ ରାଲି ଶେଷ ହେବ । ବିଜୁବାବୁଙ୍କ କଟକରୁ ପେଶୱାର ପର୍ଯ୍ୟନ୍ତ ୪୫ଶହ ମାଇଲର ଦୁଃସାହସିକ ସାଇକଲ ଯାତ୍ରାକୁ ମନେ ପକେଇ ଦେବାକୁ ବିଜୁ ଯୁବ ଜନତା ଦଳ ଏବଂ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ସାଇକଲ ଶୋଭାଯାତ୍ରାର ଆୟୋଜନ କରାଯାଇଛି। ଏଥି ସହିତ ପ୍ରତି ନିର୍ବାଚନମଣ୍ଡଳୀ ସ୍ତରରେ ବିଜୁ ଜୟନ୍ତୀ ପାଳନ କରାଯିବ। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନ ୧୦.୪୫ରେ ଫରେଷ୍ଟ ପାର୍କରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବେ। ପରେ ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ଦଳୀୟ କାର୍ଯ୍ୟକର୍ତ୍ତା ଓ କର୍ମୀ ସମାବେଶକୁ ଭର୍ଚୁଆଲ କାର୍ଯ୍ୟକ୍ରମରେ ସମ୍ବୋଧିତ କରିବେ।

ପଞ୍ଚାୟତିରାଜ ଦିବସ ଅବସରରେ ବିଜେଡି ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ରାଜ୍ୟର ଜନସାଧାରଣଙ୍କ ସେବାରେ ନିଜକୁ ପୁନଃ ଉତ୍ସର୍ଗ କରିବା ସହିତ ଦଳୀୟ ଏକତା, ଶୃଙ୍ଖଳା ଏବଂ ଅନୁଶାସନ ପାଳନ କରିବା ନେଇ ଦଳର ପ୍ରତ୍ୟେକ ସଦସ୍ୟଙ୍କୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ବାନ ଦେଇଛନ୍ତି। ସେପଟେ ପଞ୍ଚାୟତିରାଜ ଦିବସ ପାଇଁ ଆଜି ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ୍ ବନ୍ଦ ରହିବ। ଏଥିସହ ରାଜ୍ୟର ସମସ୍ତ ବିଶ୍ଵ ବିଦ୍ୟାଳୟ ଓ ଉଚ୍ଚ ଶିକ୍ଷା ଅଧିନ ସମସ୍ତ ଡିଗ୍ରୀ କଲେଜ୍ ମଧ୍ୟ ଛୁଟି ରହିବ।

   Related Posts