ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୧ତମ ଶ୍ରାଦ୍ଧ ଦିବସ

Published By : Prameya-News7 Bureau | April 17, 2018 IST

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୧ତମ ଶ୍ରାଦ୍ଧ ଦିବସ । ସେଥିପାଇଁ ବିଭିନ୍ନ ସ୍ଥାନରେ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସକାଳୁ ଭୁବନେଶ୍ବର ବିନ୍ଦୁସାଗରରେ ବିଜେଡିର ନେତା, ମନ୍ତ୍ରୀ ଓ ସାଂସଦ ତିଳତର୍ପଣ ଅର୍ପଣ କରିଛନ୍ତି । ସାଂସଦ ପ୍ରସନ୍ନ ପାଟ୍ଟଷାଣୀ, ମନ୍ତ୍ରୀ ଅଶୋକ ପଣ୍ଡା, ବିଧାୟକ ପ୍ରିୟଦର୍ଶୀ ମିଶ୍ର, ମେୟର ଅନନ୍ତ ନାରାୟଣ ଜେନା ଓ ଅନ୍ୟ କର୍ମୀମାନେ ଉପସ୍ଥିତ ଥିଲେ । ସେପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଧାନସଭା ପରିସର ଏବଂ ବିଜୁ ପଟ୍ଟନାୟକ ପାର୍କରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବେ । ପରେ ପୁରୀ ଯାଇ ସ୍ବର୍ଗଦ୍ବାରରେ ବିଜୁ ବାବୁଙ୍କ ସମାଧିପୀଠରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବାର କାର୍ଯ୍ୟକ୍ରମ ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.