Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ହାଇଓ୍ବା ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ

17/05/2020 at 10:33 PM

ଝାରସୁଗୁଡା୧୭/୫: ଅକାରଣରେ ଚାଲିଗଲା ଜୀବନ। ଜଣେ ଅବସରପ୍ରାପ୍ତ ଫାର୍ମାସିଷ୍ଟଙ୍କ ଉପରେ ପାଉଁଶ ବୋଝେଇ ହାଇଓ୍ବା ଚାପି ଦେଇ ଚାଲି ଯାଇଥିଲା। ଏହି ଫାର୍ମସିଷ୍ଟ ଜଣଙ୍କ ବାଇକ୍ ନେଇ ଯିବା ବେଳେ ଏଭଳି ଅଭାବନୀୟ ଘଟଣା ଘଟିଥିଲା। କୋଲାବିରା ଦେଇ ଯାଉଥିବା ୪୯ ନମ୍ବର ଜାତୀୟ ରାଜପଥରେ ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶ ନେଇ କୁଚିଣ୍ଡା ପଟକୁ ଯାଉଥିବା ଏକ ହାଇଓ୍ବା ବାଇକ ଆରୋହୀଙ୍କୁ ଚଢାଇ ଦେଇଥିଲା। ଘଟଣାସ୍ଥଳରେ ପ୍ରାଣ ହରାଇଥିଲେ ଅବସରପ୍ରାପ୍ତ ଫାର୍ମାସିଷ୍ଟ ଅଦିତ ପଟେଲ। ଅଦିତଙ୍କ ମୃତ୍ୟୁ ପରେ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଦେଇଛି।ସ୍ଥାନୀୟ ଲୋକେ ପାଉଁଶ ବୋଝେଇ ଗାଡି ଚଳାଚଳ ବନ୍ଦ କରିବାକୁ ଦାବୀ କରିଛନ୍ତି।

   Related Posts